BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

କାଲି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟଟି ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୮ ତାରିଖ ଭିତରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ବହୁତ ଦୂରରେ ଥିବାରୁ ଏବେ ତାହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ତେବେ ଓଡ଼ିଶାରେ ହେଉଥିବା ବର୍ଷା କାଳବୈଶାଖୀଜନିତ ବୋଲି ଆଇଏମ୍‌ଡି ଡିଜିକହିଛନ୍ତି।