BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାତ୍ୟାର ସ୍ଥିତି ଅସ୍ପଷ୍ଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ଆଜି ହିଁ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ୧୮ଟି ଜିଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା କରିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ଆରସି କହିଛନ୍ତି, ୧୭ଟି ଏନ୍‌ଡିଆରଏଫ ଟିମ୍‌, ୨୦ଟି ଓଡ୍ରାଫ ୟୁନିଟ୍‌, ୧୭୫ଟି ଅଗ୍ନିଶମ ଟିମ୍‌ ସଜାଗ ରହିଛି। ଆବଶ୍ୟକ ସ୍ଥଳେ ଅଧିକ ସହାୟତା ପାଇଁ ଏନ୍‌ଡିଆରଏଫ୍‌କୁ କୁହାଯିବ। ଶକ୍ତି ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ, ନଗର ଉନ୍ନୟନ ବିଭାଗ ସହ ଆଲୋଚନା କରାଯାଇଛି।