BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଡମଣା ହାଟ ବସ୍ତିର ୧୭ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨ା୧ ଚନ୍ଦ୍ରଶେଖରପୁର ସ୍ଥିତ ଡମଣା ହାଟ ବସ୍ତିର ୧୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ କହିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବସ୍ତି ବାସିନ୍ଦାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରି ଆସୁଛନ୍ତି । ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି । ନିକଟରେ ଜାଗା ମିଶନ ଜରିଆରେ ଡ୍ରୋନ୍ ସର୍ଭେ ସରିଛି । ଉଷା ସର୍ଭେ ପରେ ସମସ୍ତଙ୍କୁ ଜାଗା ଅଧିକାର ପଟ୍ଟା ମିଳିବ । ଆପଣମାନେ ୨୦୨୪ ରେ ହେବାକୁ ଥିବା ନିର୍ବାଚନରେ ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରି ସେବା କରିବାର ସୁଯୋଗ ଦିଅନ୍ତୁ । ଯେମିତି ଆମ୍ଭମାନଙ୍କର ପ୍ରିୟ ମୁଖ୍ୟମନ୍ତ୍ରୀ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇ ଓଡିଶାକୁ ଆହୁରି ଆଗକୁ ନେବେ । ସମ୍ମାନିତ ଅତିଥି ଭାବେ ୧୪ ନମ୍ବର ଓାର୍ଡ କର୍ପୋରେଟର ମୋନାଲିସା ସାହୁ, ୮ ନମ୍ବର ଓାର୍ଡ କର୍ପୋରେଟର ଲାଲ ମୋହନ ଟୁଡୁ, ବିଜେଡି ଜିଲ୍ଲା ସମ୍ପାଦକ ମନୋଜ ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ନୟାଗଡ ସିଂହପଡାର କଳାକାର ମାନଙ୍କ ଦ୍ୱରା ରାମଲୀଳା ଅନୁଷ୍ଠିତ ହୋଇଥିଲା । ବସ୍ତିର ସଭାପତି ନବକିଶୋର ସାହୁ, ସମ୍ପାଦକ ପ୍ରଦୀପ କିଶୋର ପରିଡା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲା ବେଳେ ସମସ୍ତ ବସ୍ତି ବାସିନ୍ଦା ସହଯୋଗ କରିଥିଲେ । ସମସ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା ।