BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଶପଥ ପାଠ ଗ୍ରହଣ କଲେ ନବନିଯୁକ୍ତ ବିଚାରପତି

ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ସୁପ୍ରିମକୋର୍ଟ କମ୍ପ୍ଲେକ୍ସରେ ନବନିର୍ମିତ ଅଡିଟୋରିୟମରେ ଆୟୋଜିତ ଉତ୍ସବରେ ଜଷ୍ଟିସ୍‌ ଧୁଲିଆ ଏବଂ ଜଷ୍ଟିସ ପର୍ଡିଓ୍ବାଲାଙ୍କୁ ଶପଥ ପାଠ କରାଇଥିଲେ। ସିଜେଆଇଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ଦୁଇ ହାଇକୋର୍ଟ ବିଚାରପତିଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦେବା ଲାଗି ଆଇନ ମନ୍ତ୍ରଣାଳୟକୁ ସୁପାରିସ କରିଥିଲେ। ମନ୍ତ୍ରଣାଳୟର ଅନୁମୋଦନ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗତ ଶନିବାର ସେମାନଙ୍କୁ ନିଯୁକ୍ତି ପ୍ରଦାନ କରିଥିଲେ। ସିଜେଆଇ ତାଙ୍କ ସଂକ୍ଷିପ୍ତ କାର୍ଯ୍ୟକାଳ ମଧ୍ୟରେ ସର୍ବୋଚ୍ଚ ଅଦାଲତର ୧୧ ଜଣ ବିଚାରପତିଙ୍କୁ ଶପଥ ପାଠ କରାଇ ଇତିହାସ ସୃଷ୍ଟି କରିଛନ୍ତି।