BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ହରେକୃଷ୍ଣ ମହତାବଙ୍କ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ।

ନୂଆଦିଲ୍ଲୀ,୯/୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି ମଧ୍ୟାହ୍ନ ୧୨ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ ଇଂରାଜୀ ଭାଷାରେ ଉପଲବ୍ଧ। ଏହାର ହିନ୍ଦୀ ସଂସ୍କରଣକୁ ଶଙ୍କରଲାଲ ପୁରୋହିତ ଅନୁବାଦ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ସାଂସଦ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ରହିବେ। ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ୟ୍ୟକ୍ରମ ଆୟୋଜନ କରାଯିବ। ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମର ଜଣେ ମହାନ ବ୍ୟକ୍ତିତ୍ବ ଥିଲେ। ସେ ୧୯୪୬ରୁ ୧୯୫୦ ଏବଂ ୧୯୫୬ରୁ ୧୯୬୧ ପର୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। ୧୯୪୨ରୁ ୧୯୪୫ ପର୍ୟ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।