BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଡେଙ୍ଗୁ ପାଇଁ ସରକାରଙ୍କ ନୂତନ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ଦୃତ ଗତିରେ ବ୍ୟାପୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଖୋଲିବ ଡେଙ୍ଗୁ ୱାର୍ଡ। ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ଶଯ୍ୟା ରହିବ। ରାଜଧାନୀରେ ଡେଙ୍ଗୁ ବଢ଼ିବା ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କେବଳ ଭୁବନେଶ୍ୱରରୁ ୧୦୫୯ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ, ଆଚାର୍ଯ୍ୟ ବିହାର, ଜୟଦେବ ବିହାର ଡେଙ୍ଗୁ ହଟ୍‌ସ୍ପଟ୍‌ ପାଲଟିଥିବା ବେଳେ ୟୁନିଟ-୯ ଓ ସହିଦ ନଗର ଅଞ୍ଚଳ ମଧ୍ୟ ଡେଙ୍ଗୁ ହଟସ୍ପଟ ପାଲଟିଛି। ଅନ୍ୟପଟେ ରାଜ୍ୟରେ ଡେଙ୍ଗୁ ଜନିତ ମୃତ୍ୟୁ ଶୂନ ରହିଥିବା ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ସ୍ପଷ୍ଟ କରିବା ପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ବିଶେଷଜ୍ଞ କମିଟି ରହିଛି। ଏହି ବିଶେଷଜ୍ଞ କମିଟି ଯାଞ୍ଚ କରି ତଥ୍ୟ ଦେବା ପରେ ଡେଙ୍ଗୁ ମୃତ୍ୟୁ ସ୍ପଷ୍ଟ ହୁଏ।

ସେହିପରି କ୍ୟାପିଟାଲ ହସ୍ପିଟାଲରେ ଆସନ୍ତାକାଲିଠୁ ଖୋଲିବ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ ସେଣ୍ଟର। ଭିଡ଼ ଏଡ଼ାଇବା ଲାଗି ମଙ୍ଗଳବାର ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର ଖୋଲାଯିବ। ଏନେଇ ସୂଚନା ଦେଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ। ସୂଚନା ଥାଉକି ପ୍ରତିଦିନ ହସ୍ପିଟାଲରେ ୬୦ରୁ ୭୦ ଡେଙ୍ଗୁ ପଜିଟିଭ ଚିହ୍ନଟ ହେଉଛନ୍ତି। ସେଥିମଧ୍ୟରୁ ପ୍ରାୟ ୧୫ ଜଣ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ବର୍ତ୍ତମାନ ୬୨ ଜଣ ଡେଙ୍ଗୁ ରୋଗୀ ଚିକିତ୍ସାଧୀନ ଅଛନ୍ତି। ସେହିପରି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ବେଡ୍ ସଂଖ୍ୟା ବଢାଇବା ପାଇଁ ନିଷ୍ପତ୍ତି ନିଆଯାଇଛି।