BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସୁଭଦ୍ରାରୁ ବାଦ ପଡିଥିବା ହିତାଧିକାରୀଙ୍କ କାରଣ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

  • ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମୃତ୍ୟୁ ତାଲିକା ରିପୋର୍ଟ ଗ୍ରହଣୀୟ

  • ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ୍ କାର୍ଯ୍ୟକାରୀ କରାଯିବ

  • ସମସ୍ତ କାରଣରୁ ବାଦ ପଡିଥିବା ହିତାଧିକାରୀଙ୍କ କ୍ଷେତ୍ର ଅନୁଧ୍ୟାନ କରାଯିବ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସୁଭଦ୍ରାରୁ ବଞ୍ଚିତ ହୋଇଥିବା ହିତାଧିକାରୀମାନଙ୍କ କାରଣ ବିଷୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ, ବାଣିଜ୍ୟ ଓ ପରିବହନ ବିଭାଗ ଅଧିକାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧିକାରୀ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅଧିକାରୀ, ଉଚ୍ଚ ଶିକ୍ଷା ବିଭାଗର ଅଧିକାରୀ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅଧିକାରୀ, ସୁଭଦ୍ରା ଟିମର ଅଧିକାରୀବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

ମୃତ୍ୟୁ କାରଣରୁ ବଞ୍ଚିତ ହୋଇଥିବା ୧୫, ୯୮୪ ଜଣ ହିତାଧିକାରୀଙ୍କ ତାଲିକାକୁ ଯାଞ୍ଚ କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଦିଆଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯାଞ୍ଚ ରିପୋର୍ଟ ଆଧାରରେ ମୃତ ହିତାଧିକାରୀ ସୁଭଦ୍ରାରୁ ବାଦ ପଡ଼ିବେ ବୋଲି ବୈଠକରେ ମତ ପ୍ରକାଶ ହୋଇଛି । ସେହିପରି ଭାବେ ଚାରିଚକିଆ ଯାନ ଥିବା ହିତାଧିକାରୀଙ୍କ ତାଲିକାକୁ ବାଣିଜ୍ୟ ଓ ପରିବହନ ବିଭାଗକୁ ଯାଞ୍ଚ ପାଇଁ ପ୍ରଦାନ କରାଯାଇଛି । ଜମି ବାବଦୀୟ ହିତାଧିକାରୀଙ୍କ ତାଲିକାକୁ କ୍ଷେତ୍ର ଅନୁଧ୍ୟାନ କରାଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଛି । ବୟସାଧିକ ହିତାଧିକାରୀଙ୍କ ଆଧାରକୁ ପୁନର୍ବାର ଯାଞ୍ଚ କରିବା ପରେ ବାଦ ପଡ଼ିଥିବା ଯୋଗ୍ୟ ମହିଳାଙ୍କୁ ସୁଭଦ୍ରାରେ ସାମିଲ କରାଯିବ ।

ଏହି ବୈଠକରେ ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ କୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ନିର୍ଦ୍ଦେଶ ଦେଇଛନ୍ତି ।