BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବେ ଉମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ଵ କରିବେ

ଭୁବନେଶ୍ୱର: ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର ଥିମ୍ପୁ ଠାରେ ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ହେଉଛି। ଏଥିରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଭାରତକୁ ପ୍ରତିନିଧିତ୍ୱ କରିବେ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ ସିଂହଦେଓ ବର୍ତ୍ତମାନ ଓଡ଼ିଶାର ଦାଦନ ଶ୍ରମିକ ବିସ୍ଥାପନ ଟାସ୍କଫୋର୍ସର ଚେୟାରମ୍ୟାନ ଅଛନ୍ତି । ଏହି ପରିପ୍ରେକ୍ଷୀରେ ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ଶ୍ରୀ ସିଂହଦେଓ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏଥିରେ ଯୋଗଦାନ ଦାଦନ ଶ୍ରମିକ ଭଳି ସମସ୍ୟାର ସ୍ଥାୟୀ ସମାଧାନ ପନ୍ଥା, ନୀତି ନିରୂପଣ କରିବାରେ ବିଶେଷ ସହାୟକ ହେବ।

ପ୍ରମୁଖ ଶାସନ ସଚିବ, ଶ୍ରମିକ ଓ କର୍ମଚାରୀ ରାଜ୍ୟ ବୀମା ଚିତ୍ରା ଅରୁମୁଗମ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ସହ ଉପସ୍ଥିତ ଅଛନ୍ତି । ଭୁଟାନ, ମଧ୍ୟପ୍ରାଚ୍ୟ ରାଷ୍ଟ୍ର, ଉତ୍ତର ଆଫ୍ରିକା, ଇଟାଲୀ, ଅଷ୍ଟ୍ରେଲିଆ, ଆରବ ଦେଶ, ଫିଲିପାଇନ୍ସ, ପପୁଆ ନିଉ ଗିନିଆ, ମାଳଦ୍ବୀପ, ଶ୍ରୀଲଙ୍କା, ନେପାଳ, ଜାମାଇକା, ବାଂଲାଦେଶରୁ ପ୍ରତିନିଧି, ବିଶ୍ଵବ୍ୟାଙ୍କର ପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ସମେତ ପ୍ରାୟ ୧୦୦ ଜଣ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ।