BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଡିପିଏଲ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ବର ରେଲୱେ ଷ୍ଟାଡିୟମରେ ଚାଲିଥିବା ଡିସିବି ପ୍ରିମିଅର ଲିଗ ସିଜନ ୧ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନରେ ଦୁଇଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ମ୍ୟାଚଟି କିଟ୍ ଓ ଟିସିଏସ ମଧ୍ୟରେ ହୋଇଥିଲା । କିଟ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧରାତ ୨୦ ଓଭରରେ ୧୧୨ ରନ୍ ସଂଗ୍ରହ କରିଥିଲା । ଏହାର ଜବାବରେ ଟିସିଏସ ୧୩ ଓଭରରେ ୧୧୭ ରନ୍ କରି ବିଜୟୀ ହୋଇଥିଲା । ୩୮ ବଲରେ ଅର୍ଦ୍ଧ ଶତକ ହାସଲ କରି ନଟ୍ ଆଉଟ ଥିବା ଶଶିକାନ୍ତ ମିଶ୍ର ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ । ସେହିପରି ଦ୍ୱିତୀୟ ମ୍ୟାଚ ଇନଫୋସିସ୍ ଇଲେଭେନ ଓ ଫିଜିଓ ଇଲେଭେନ ମଧ୍ୟରେ ହୋଇଥିଲା । ଏଥିରେ ପ୍ରଥମେ ବ୍ୟାଟିଂ କରିଥିବା ଇନଫୋସିସ୍ ବିଜୟ ଳାଭ କରିଥିଲା । ୫୪ ବଲରେ ୯୮ ରନ୍ କରି ସନ୍ଦୀପ ମିଶ୍ର ମ୍ୟାନ୍ ଅଫ୍ ଦି ମ୍ୟାଚ ହୋଇଥିଲେ । ଡିସିବି ବ୍ୟାଙ୍କର ଅବିନାଶ ରଥ, ସମ୍ପଦ ପଟ୍ଟନାୟକ, ପ୍ରିୟବ୍ରତ ସାମଲ, ଗୌରୀଶଙ୍କର ସାମନ୍ତରାୟ ଓ ମିଡିଆ ପ୍ଲାନର କ୍ରିଏଟିଭ ହେଡ ପ୍ରଣୟ ଜାଠୀ ଉପସ୍ଥିତ ରହି ପୁରସ୍କାର ବିତରଣ କରିଥିଲେ ।