BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଯାତ୍ରା, ମେଲୋଡି ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସ୍‌ଆରସିଙ୍କ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି । ଶନିବାର ଠାରୁ ନୂଆ ଗାଇଡ୍‌ଲାଇନ ଲାଗୁ ହେବ ବୋଲି ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି।

ଏଭଳି କାର୍ଯ୍ୟକ୍ରମରେ ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ଅନ୍‌ଲାଇନରେ କିମ୍ବା ଅଧିକ କାଉଣ୍ଟର କରି ଟିକେଟ ବୁକିଂ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଖୋଲା ପଡିଆରେ ଦୁଇ ହଜାର ଲୋକ ବସିବାକୁ ଅନୁମତି ଦିଆଯାଇଥିବା ବେଳେ ସାମାଜିକ ଦୂରତା ସହ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଇଣ୍ଡୋର ହଲରେ ବସିବା କ୍ଷମତାର ୫୦%ରେ ସୀମିତ ରଖାଯାଇଛି। ୫୦% ଦର୍ଶକଙ୍କୁ ନେଇ ସିନେମା ହଲ ଖୋଲିବା ପାଇଁ ଅନୁମତି ଦିଆଯାଇଛି ।