BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବନ୍ଦ ହେଲା ସ୍କୁଲ କଲେଜ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି।

ଗତ ୭ ତାରିଖରେ ଏନେଇ ଘୋଷଣା କରାଯିବା ପରେ ଛାତ୍ରୀଛାତ୍ର ରବିବାର ସନ୍ଧ୍ୟା ସୁଦ୍ଧା ହଷ୍ଟେଲ ଛାଡ଼ିଛନ୍ତି। ମାତ୍ର ଗବେଷଣାରତ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ଗବେଷଣା, ପ୍ରକଳ୍ପ କାର୍ଯ୍ୟ ଜାରି ରଖିବାକୁ କର୍ତ୍ତୃପକ୍ଷ ଅନୁମତି ଦେଇପାରବେ। କର୍ମଚାରୀଙ୍କ ପାଇଁ ଜାରି ହୋଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ବିଶ୍ବବିଦ୍ୟାଳୟ, ବୈଷୟିକ ଶିକ୍ଷାନୁଷ୍ଠାନ ଓ କଲେଜର ଶିକ୍ଷକ, କର୍ମଚାରୀମାନେ କାର୍ଯ୍ୟ କରିବେ। ଉଚ୍ଚ ଶିକ୍ଷାନୁଷ୍ଠାନ ସମେତ ରାଜ୍ୟର ସମସ୍ତ କୋଚିଂ ସେଣ୍ଟର ମଧ୍ୟ ବନ୍ଦ ରହିବ।

ଶିକ୍ଷାନୁଷ୍ଠାନରେ ଜାରି ରହିଥିବା ସମସ୍ତ ଅଫ୍‌ଲାଇନ୍‌ ପରୀକ୍ଷା ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଚାଲିବ। ଜାନୁୟାରୀ ୩୧ ପର୍ଯ୍ୟନ୍ତ କ୍ଲାସରୁମ ଥିଓରି କିମ୍ବା ପ୍ରାକ୍ଟିକାଲ ପାଠପଢ଼ା ବନ୍ଦ ରହିବ। ଅନ୍‌ ଲାଇନ ପାଠପଢ଼ା ଜାରି ରହିବ। ୫୦% କର୍ମଚାରୀଙ୍କୁ ନେଇ ଦୈନିକ କାର୍ଯ୍ୟ ଚାଲିବ। ଅନ୍ୟପକ୍ଷରେ ମେଡିକାଲ କଲେଜ ଓ ନର୍ସିଂ କଲେଜଗୁଡ଼ିକ ଖୋଲା ରହିବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି।