BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏପ୍ରିଲରୁ ଆରମ୍ଭ ହେବ ଶିକ୍ଷାବର୍ଷ

ଭୁବନେଶ୍ୱର : ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି।
ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍‌ ଯୋଗେ ପାଠ୍ୟପୁସ୍ତକ ପଠାଯାଇଛି। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଶୁଭାରମ୍ଭ କରିଛନ୍ତି। ଗତବର୍ଷ ଜୁନ୍‌, ଜୁଲାଇରୁ ଶିକ୍ଷା ବର୍ଷ ଆରମ୍ଭ ହୋଇଥିବା ବେଳେ ଏଥର ଏପ୍ରିଲକୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ସବୁ ପିଲାଙ୍କ ନିକଟରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ଟି ଜିଲ୍ଲାକୁ ବହି ପଠାଯାଇଛି। ଏହି ଉତ୍ସବରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶ୍ରୀମତୀ ଅଶ୍ୱତୀ ଏସ୍‌, ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ ଅନୁଷ୍ଠାନର ନିର୍ଦ୍ଦେଶକ ରଘୁରାମ ଆୟାର ପ୍ରମୁଖ ଉପସ୍ଥିତ ଥିଲେ।