BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଉ କମିବ ନାହିଁ ସ୍କୁଲ ସିଲାବସ୍ : ସମୀର ଦାଶ

ଭୁବନେଶ୍ୱର,(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୋଟିଏ ସେକ୍ସନରେ ୨୦ରୁ ୨୫ ପିଲା ପାଠ ପଢ଼ିବେ। ଅଧିକ ପିଲାରେ ଅଧିକ ସେକ୍ସନ ହେବ। ଏହି ସମୟରେ ସାନିଟାଇଜେସନ ଓ ପିଲାଙ୍କ ସୱାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯିବ। ପ୍ରତି ଜିଲାରେ ନୋଡାଲ ଅଫିସର ନିୟୁକ୍ତ ହୋଇଛନ୍ତି ସେମାନେ ଜିଲ୍ଲାପାଳ ଓ ଡିଆଇଓଙ୍କ ସହ ସମନ୍ବୟ ରକ୍ଷା କରି କାମ କରିବେ। ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସିଲାବସ ୩୦% କମିଛି, ଆଉ କମିବ ନାହିଁ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ଜାନୁଆରୀ ୮ରୁ ସ୍କୁଲ ଖୋଲିବ ଓ ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ।