BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମାଟ୍ରିକ ପିଲାଙ୍କୁ ମାଗଣାରେ ମିଳିବ ୭୦୦ ପୃଷ୍ଠାର ପରୀକ୍ଷା ଦର୍ପଣ : ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୨୧।୧(ଓଡ଼ିଆ ନ୍ୟୁଜ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ଫର୍ମ ପୂରଣ ଦେୟ ମୁଖ୍ୟମନ୍ତ୍ରୀ ଛାଡ କରିଥିବା ବେଳେ କମ୍ ସମୟ ମଧ୍ୟରେ ପିଲାମାନଙ୍କୁ ପ୍ରସ୍ତୁତି ହେବା ପାଇଁ ସରକାର ମାଗଣାରେ ‘ପରୀକ୍ଷା ଦର୍ପଣ’ ବହି ଯୋଗାଇ ଦେବେ। ଏଥିରେ ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର ରହିଛି। ବହିଟି ୭୦୦ ପୃଷ୍ଠାର ହୋଇଥି ଥିବା ବେଳେ ୬ ଲକ୍ଷ ୨୦ହଜାର ପିଲାଙ୍କୁ ମାଗଣାରେ ଏହା ମିଳିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।

ପ୍ରକାଶ ଯେ, କରୋନା ମହାମାରୀ ଯୋଗୁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ମାସ ଧରି ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି।