BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ସହ ୧୦୭ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ସକାଶେ ସମସ୍ତ ଜିଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ୨ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି । ପୌର ନିର୍ବାଚନ ପାଇଁ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ କମିଶନର ଅନୁମୋଦନ କରିସାରିଛନ୍ତି । ପୌର ନିର୍ବାଚନ ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।