BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ପିଜିଟି ଶିକ୍ଷକଶିକ୍ଷୟତ୍ରୀଙ୍କୁ ନେଇ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ରାଜନୀତି ବିଜ୍ଞାନ ଓ ଅର୍ଥନୀତି ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକଶିକ୍ଷୟତ୍ରୀଙ୍କ ନିମନ୍ତେ ଆରମ୍ଭ ହୋଇଛି ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଭୁବନେଶ୍ବର ଶିରିପୁରସ୍ଥିତ ଇମେଜ ଠାରେ ଆଜି ଉଦଘାଟିତ ହୋଇଯାଇଛି ଏହି ପ୍ରଶିକ୍ଷଣ ଶିବିର I ଏହି ପ୍ରଶିକ୍ଷଣରେ ୯୦ ଜଣ ପିଜିଟି ଶିକ୍ଷକଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି I

ଏହି ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା, ଶ୍ରୀମତୀ ନିୟତି ପଟ୍ଟନାୟକ ଯୋଗଦେଇ ପିଜିଟି ଶିକ୍ଷକଶିକ୍ଷୟତ୍ରୀମାନଙ୍କୁ ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ଉପରେ ଗୁରୁତ୍ୱ ଦେବା ନିମନ୍ତେ ନିଜର ଦକ୍ଷତା ବୃଦ୍ଧି ଜରୁରୀ ବୋଲି ସୂଚନା ଦେଇଛନ୍ତି I ଛାତ୍ରଛାତ୍ରୀମାନଙ୍କୁ ଭୟହୀନ ପରିବେଶରେ ଚାପମୁକ୍ତ ପାଠପଢ଼ା ଉପରେ ଗୁରୁତ୍ୱାରୋପ କରିବା ନିମନ୍ତେ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶିକ ଶ୍ରୀମତୀ ସ୍ନିଗ୍ଧା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I ଜିତେନ୍ଦ୍ର ନାୟକ, ଉପ ନିର୍ଦ୍ଦେଶକ, ଡ଼. ଉମାକାନ୍ତ ସେଠୀ, OIC, SAMS ପ୍ରମୁଖ ଯୋଗ ଦେଇଥିଲେ I ଉପ ନିର୍ଦ୍ଦେଶିକ ସିଏଚ. ବିଜୟଲକ୍ଷ୍ମୀ ଧନ୍ୟବାଦ ଅର୍ପଣ କରିଥିଲେ I

ଏହି ପାଞ୍ଚଦିନିଆ ତାଲିମ କାର୍ଯ୍ୟକ୍ରମରେ ପିଜିଟିମାନଙ୍କ ଦକ୍ଷତା ବିକାଶ ଉପରେ ପ୍ରାଧାନ୍ୟ ଦିଆଯିବ I ବୃତ୍ତି ସମ୍ୱନ୍ଧୀୟ ସଚେତନତା, ଶିକ୍ଷକମାନଙ୍କ ବୃତ୍ତିଗତ ବିକାଶ, ଶ୍ରେଣୀଗୃହ ପରିଚାଳନା, ଗ୍ରୁପ ଆକ୍ଟିଭିଟି, ଆକାଂକ୍ଷା ବିଦ୍ୟାଳୟର ରୂପରେଖ ଆଦି ସମ୍ପର୍କରେ ତାଲିମ୍ ଦିଆଯିବ I ପ୍ରତ୍ୟେକ ଦିନ ପାଞ୍ଚଟି ଅଧିବେଶନ, ମୋଟ୍ ୨୫ ଟି ଅଧିବେଶନ ସମେତ ସ୍ଥାନୀୟ ପରିଭ୍ରମଣର ମଧ୍ୟ ଯୋଜନା କରାଯାଇଛି I ପରିଶେଷରେ ମତାମତ ଗ୍ରହଣ ଏବଂ ସାର୍ଟିଫିକେଟ ପ୍ରଦାନ କରାଯିବ I