BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ କ୍ୟାବିନେଟର ୨୧ ତମ ବୈଠକରେ ୪ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୧ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୫ ଟି ପ୍ରସ୍ତାବ ଆଗତ କରାଯାଇଥିଲା ସେଥିରୁ ୪ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl l

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାରେ ବିକଶିତ ଓଡ଼ିଶା@ ୨୦୩୬ ଲକ୍ଷ୍ୟ ସହିତ ସହରୀ ବିକାଶ ପାଇଁ ଏକ ସମନ୍ବିତ ଆଭିମୁଖ୍ୟ ସହିତ ସହରୀ ଭିତ୍ତିଭୂମିକୁ ସୁଦୃଢ଼ କରିବା ଓ ରାଜସ୍ବ ଅଭିବୃଦ୍ଧି କରାଯିବ। ଏହି ଯୋଜନା ଅଧୀନରେ ସାଧାରଣ ଏବଂ ରାଜସ୍ବ ସୃଷ୍ଟିକାରୀ ଭିତ୍ତିଭୂମିର ବିକାଶ ଯେପରିକି କଲ୍ୟାଣମଣ୍ଡପ/ ବହୁମୁଖୀ ସଭା ଗୃହ, ଟାଉନ ହଲ୍, ଶ୍ମଶାନ, ଗୋଷ୍ଠୀ କେନ୍ଦ୍ର, ମାର୍କେଟ ପରିସର, ରାସ୍ତା, ଡ୍ରେନ୍, ପାର୍କ, ବହୁବ୍ୟବହାର୍ଯ୍ୟ ବାଣିଜ୍ୟିକପରିସ, ଭେଣ୍ଡିଂ ଜୋନ, କ୍ଷୁଦ୍ର ଶୀତଳ ଭଣ୍ଡାର, ବୈଦ୍ୟୁତିକ ମୋଟରଯାନ ଚାର୍ଜିଂ ଷ୍ଟେସନ, ପାର୍କିଂ ସ୍ଥାନ, ଉପଯୁକ୍ତ ସ୍ଥାନଗୁଡ଼ିକରେ କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି।

ସେହିପରି ଛୋଟପାର୍କ, ମୁକ୍ତାକାଶ ବ୍ୟାୟାମଶାଳା, ଶିଶୁ କ୍ରୀଡ଼ା ଉଦ୍ୟାନ, ଚାଲିବା ରାସ୍ତା, ଖେଳପଡ଼ିଆ, ଖୋଲା ସ୍ଥାନର ବିକାଶ, ବନୀକରଣ ପ୍ରକଳ୍ପ, ଭୋଗମଣ୍ଡପ, ଭାଗବତ ଟୁଙ୍ଗି ଏବଂ ସାଂସ୍କୃତିକ କେନ୍ଦ୍ର ପରି ଧାର୍ମିକ ସ୍ଥାନର ବିକାଶ ଏବଂ ବର୍ଷା ଜଳ ଅମଳ ସଂରଚନା ପ୍ରକଳ୍ପ ସାମିଲ କରାଯାଇଛି। ନଦୀକୂଳ ଏବଂ ଜଳାଶୟଗୁଡ଼ିକର ନବୀକରଣ ଏବଂ ବିକାଶ କରାଯିବାର ଲକ୍ଷ୍ୟ ରଖାଯାଇଛି। ପ୍ରାଣୀ ସମୃଦ୍ଧି ପାଇଁ କାଞ୍ଜିଆ ହୁଦା, ଗୋଶାଳା ଏବଂ ପ୍ରାଣୀଯତ୍ନ କେନ୍ଦ୍ରର ବିକାଶ କରାଯିବ।

ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା’ ଆଗାମୀ ୫ ବର୍ଷ ଅର୍ଥାତ ଆର୍ଥିକ ବର୍ଷ ୨୦୨୫-୨୬ରୁ ୨୦୨୯-୩୦ ମଧ୍ୟରେ ସର୍ବମୋଟ ୬୧୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଚଳିତ ଆର୍ଥିକ ବର୍ଷରେ ଏଥି ପାଇଁ ୧୧୦୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।

ଏତଦ୍ ବ୍ୟତୀତ ରାଜ୍ୟ ସରକାର ଜୈବ ପ୍ରଯୁକ୍ତି ବିଜ୍ଞାନ ବିକାଶ ଯୋଜନାକୁ ମଂଜୁରୀ ଦେଇଛନ୍ତି। ଏଥି ପାଇଁ ଆଗାମୀ ୫ବର୍ଷରେ ୧୧୧୩ କୋଟି ଟଙ୍କା ଖର୍ଚ୍ଚ ହେବ। ଛେଳିଗଡ଼ ଜଳସେଚନ ପ୍ରକଳ୍ପର କଂକ୍ରିଟ ଡ୍ୟାମ୍ ଓ ସ୍ପଲ ୱେ ନିର୍ମାଣ ପାଇଁ ୧୫୧ କୋଟି ମଞ୍ଜୁରୀ ହୋଇଛି। ଏହି ପ୍ରକଳ୍ପ ମାଧ୍ୟମରେ ୬୨୬୦ ଏକର ଜମି ଜଳସେଚନ ହୋଇପାରିବ। ଚନ୍ଦ୍ରଶେଖରପୁରରେ ଆବଣ୍ଟିତ ଜମି ଛାଡ଼ ପାଇଁ ୨ ଲକ୍ଷ ୬୦ ହଜାର କୋଟି ମଂଜୁରୀ ହୋଇଛି।