BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର – ମୁଖ୍ୟମନ୍ତ୍ରୀ

  • ମୁଖ୍ୟମନ୍ତ୍ରୀଙ୍କ ୧୫ତମ ପାଳି ଅଭିଯୋଗ ଶୁଣାଣି

  • ୧୪ତମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ

  • ମୁଖ୍ୟମନ୍ତ୍ରୀଙ୍କ ସହିତ ୮ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଲୋକଙ୍କ ଅଭିଯୋଗ ଶୁଣିଲେ

ଭୁବନେଶ୍ୱର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୫ତମ ପାଳି। ଆଜି କେନ୍ଦୁଝରରୁ ସିଧାସଳଖ ଆସି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ମାଧ୍ୟମରେ ସାଧାରଣ ଲୋକଟିଏ ତା’ର ସମସ୍ୟା ଓ ଅଭିଯୋଗକୁ ସିଧାସଳଖ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇପାରୁଛି। ସରକାରଙ୍କ ପକ୍ଷରୁ ସମସ୍ତ ଅଭିଯୋଗ ଗୁଡିକୁ ସମାନ ଗୁରୁତ୍ୱ ଦେଇ ତା’ର ସମାଧାନ କରାଯାଉଛି। ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗର ଗୁରୁତ୍ୱକୁ ଦେଖି ସିଧାସଳଖ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ଏହାର ଆଶୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୨,୯୫୦ଟି ଅଭିଯୋଗ ମଧ୍ୟରୁ ୧୨,୩୭୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୬ ପ୍ରତିଶତ ଅଟେ । ବାକି ରହିଥିବା ୫୭୯ଟି ଅଭିଯୋଗ ପ୍ରକ୍ରିୟା ମଧ୍ୟରେ ରହିଛି। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ୩୪ଜଣ ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର।

ସେ ଆହୁରି କହିଥିଲେ ଆମର ଜିଲ୍ଲା ସ୍ତରରେ ମଧ୍ୟ ନିୟମିତ ଭାବେ ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ଆସୁଥିବା ଅଭିଯୋଗ ଗୁଡିକୁ ସେଠାରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ଗତ ଜିଲ୍ଲାପାଳ ଓ ଏସ୍.ପି. ସମ୍ମିଳନୀରେ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ଅଧିକାଂଶ ସମସ୍ୟାଗୁଡିକ ସ୍ଥାନୀୟ ପ୍ରଶାସନ ଦ୍ୱାରା ସମାଧାନ ହୋଇପାରିବ। ଲୋକମାନଙ୍କୁ ସେମାନଙ୍କର ସମସ୍ୟା ନେଇ ଭୁବନେଶ୍ୱର ଆସିବାକୁ ପଡିବ ନାହିଁ।

ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ ଜଣେ ମହିଳା ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ତାଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହୋଇଥିବାରୁ ସେ ସ୍ୱତନ୍ତ୍ର ଭାବେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କିଛି ଅଭିଯୋଗକାରୀ ନିଜର ବ୍ୟକ୍ତିଗତ ସମସ୍ୟାକୁ ନେଇ ବ୍ୟତିବ୍ୟସ୍ତ ଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାର ଗଠନର ପ୍ରଥମ ଦିନରୁ ହିଁ ଲୋକଙ୍କ ସାଙ୍ଗରେ ମିଶିବା, ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ ପାଇଁ ଉଦ୍ୟମ କରିବା ହେଉଛି ତାଙ୍କର ଏକ ମୁଖ୍ୟ କାର୍ଯ୍ୟ ଏବଂ ତାଙ୍କ ଶାସନ ପ୍ରଣାଳୀର ମୁଖ୍ୟ ଧାରା। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଦୀର୍ଘ ଦିନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ପୁନଃସ୍ଥାପିତ ହୋଇଛି ଏବଂ ହଜାର ହଜାର ଲୋକ ତାଙ୍କୁ ପ୍ରତ୍ୟେକ ସୋମବାର ଦିନ ଭେଟି ଅଭିଯୋଗ ଶୁଣାନ୍ତି ଏବଂ ସମାଧାନ ପାଇ ଫେରନ୍ତି। ଅନେକ ଗରିବ, ସାଧାରଣ ଲୋକ ନିରାଶା ମଧ୍ୟରୁ ଆଶାର ଆଲୋକ ପାଇଥାନ୍ତି। ସେଥିପାଇଁ ଅନେକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେଇଥାନ୍ତି ଏବଂ ମହାପ୍ରଭୁଙ୍କ ପାଖରେ ତାଙ୍କର କଲ୍ୟାଣ କାମନା କରିଥାନ୍ତି।

ଆଜି ଠିକ୍ ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆସିଥିଲେ ଭୁବନେଶ୍ବର ଜୟଦେବ ବିହାରର ବିଦ୍ୟୁତପ୍ରଭା ଷଡଙ୍ଗୀ। ତାଙ୍କର କୌଣସି ସ୍ବତନ୍ତ୍ର ଅଭିଯୋଗ ନଥିଲା। ସେ ଆସିଥିଲେ କେବଳ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବାପାଇଁ। ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ କହିଲେ ଯେ ପୂର୍ବ ସରକାର ଆମକୁ ସବୁ ଜନ କଲ୍ୟାଣ ଯୋଜନାରୁ ବଞ୍ଚିତ କରିଥିଲେ। ଆପଣ ଆସିବାପରେ ଆମେ ନୂଆ ରାସନ କାର୍ଡ ପାଇଲୁ ଏବଂ ସୁଭଦ୍ରା ଯୋଜନାର ସହାୟତା ମଧ୍ୟ ପାଇଲୁ। ଆପଣ ଆମ ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି, ଆପଣ ଆମପାଇଁ ଜଣେ ମସିହା (Messiah) । ମହାପ୍ରଭୁଙ୍କୁ ପ୍ରାର୍ଥନା କରି ସେ କହିଲେ ଯେ ଆପଣ ପ୍ରତ୍ୟେକ ମସିହାରେ(Year) ଆମ ପାଇଁ ଏମିତି ମସିହା (Messiah) ହୋଇ ଆସୁଥାନ୍ତୁ।

ମୁଖ୍ୟମନ୍ତ୍ରୀ କହିଲେ ଆମ ସରକାର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ ସମସ୍ତଙ୍କ କଲ୍ୟାଣ ପାଇଁ ସମର୍ପିତ। ‘ସବ୍‌କା ସାଥ୍ ସବ୍‌କା ବିଶ୍ବାସ’ ହେଉଛି ଆମ ଶାସନର ମନ୍ତ୍ର। ସମସ୍ତଙ୍କ କଲ୍ୟାଣ ଆମର ଲକ୍ଷ୍ୟ। ଗଣତାନ୍ତ୍ରିକ ପ୍ରକ୍ରିୟାରେ ସମସ୍ତଙ୍କ ସୁଖ ଦୁଃଖ ବୁଝିବା, ଶୁଣିବା ହେଉଛି ଆମର ଧର୍ମ। ଆମେ ସେହି ଧର୍ମକୁ ପାଳନ କରିଚାଲିଛୁ ଓ ଚାଲିବୁ।