BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।

ଗତକାଲି ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।