BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର : ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫ୍ଆଇଆର୍ ମଧ୍ଯ ଦାଏର୍ ହୋଇଛି। ଅଭିଯୋଗ ସ୍ଥାନୀୟ କୃଷକମାନେ ଜଣାଇବା ପରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସମେତ ବ୍ଲକ କୃଷି ଅଧିକାରୀ, ଫର୍ଟିଲାଇଜ଼ର ଇନ୍ସପେକ୍ଟର ସମ୍ପୃକ୍ତ ପାକ୍ସରେ ପହଞ୍ଚିଥିଲେ । କିର୍ମିରା ପାକ୍ସର ସୋସାଇଟି ସେକ୍ରେଟାରୀ ଏଥିରେ ଲିପ୍ତ ଥିବା ଜଣାପଡ଼ିଛି । ସେ ୨୬ ଗୋଟି ବ୍ୟାଗ ୟୁରିଆ ସାର ବେଆଇନ ଭାବେ ବିକ୍ରି କରୁଥିବା ଜଣାପଡ଼ିଛି । ତହସିଲଦାରଙ୍କ ଉପସ୍ଥିତିରେ ସମ୍ପାଦକ ଙ୍କ ବିରୋଧରେ ଏକ ଏତଲା ପୋଲିସରେ ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ସାରା ରାଜ୍ୟରେ ପ୍ରବର୍ତ୍ତନ କାର୍ଯ୍ୟ (ଏନଫୋର୍ସମେଣ୍ଟ) ଜାରି ରହିଛି । ସରକାରଙ୍କ ତରଫରୁ କଳାବଜାରୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଚାଷୀଙ୍କୁ ଉଚିତ ମୂଲ୍ୟରେ ସାର ଯୋଗାଇଦେବାକୁ କୃଷି ବିଭାଗ ସଂକଳ୍ପବଦ୍ଧ।