BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଲୋକ ଭବନରେ ଉପ-ରାଷ୍ଟ୍ରପତିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର : ଭାରତର ମାନ୍ୟବର ଉପ-ରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ଓଡ଼ିଶା ଲୋକଭବନଠାରେ ମାନ୍ୟବର ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି ସମ୍ବର୍ଦ୍ଧିତ କରିଛନ୍ତି I ଶୁକ୍ରବାର ଦିନ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଉପ-ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଲୋକ ଭବନର ନ୍ୟୁ ଅଭିଷେକ ହଲ୍‌ ଠାରେ ଏକ ଔପଚାରିକ ଭୋଜି ଆୟୋଜିତ ହୋଇଥିଲା I

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ସହଧର୍ମିଣୀ ଡ଼ାକ୍ଟର ପ୍ରିୟଙ୍କା ମାରାଣ୍ଡି, ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ମାନ୍ୟବର ସାଂସଦ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀ ଯୋଗଦେଇ ଥିଲେ।

ଭୋଜନ ପରେ ରାଜ୍ୟପାଳ ମାନ୍ୟବର ଉପ-ରାଷ୍ଟ୍ରପତିଙ୍କୁ ସମ୍ମାନ ସୂଚକ ଭାବେ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଏହି ଅବସରରେ ପରିବେଷିତ ଲାଇଭ୍ ଯନ୍ତ୍ର ସଙ୍ଗୀତକୁ ଉପରାଷ୍ଟ୍ରପତି ପ୍ରଶଂସା କରିଥିଲେ।

ଉକ୍ତ କାର୍ଯ୍ୟକ୍ରମ ଓଡ଼ିଶାର ମହାନ ଅତିଥି ସତ୍କାର ପରମ୍ପରାକୁ ପ୍ରତିଫଳିତ କରିଥିଲା ଏବଂ ଉପ-ରାଷ୍ଟ୍ରପତିଙ୍କ ଗସ୍ତ ଅବସରରେ ବରିଷ୍ଠ ନେତୃତ୍ୱ ଓ ସାମ୍ବିଧାନିକ ପଦାଧିକାରୀଙ୍କ ମଧ୍ୟରେ ପାରସ୍ପରିକ ଆଲୋଚନା ପାଇଁ ଏକ ଉତ୍ତମ ସୁଯୋଗ ପ୍ରଦାନ କରିଥିଲା।

ସୂଚନା ଯୋଗ୍ୟ ଯେ, ଚଳିତ ଜାନୁଆରୀ ୨୩ ତାରିଖ ଶୁକ୍ରବାର ଦିନ ଭାରତର ଉପ-ରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନ ଏକ ଦିନିଆ ଓଡ଼ିଶା ଗସ୍ତରେ ଆସି କଟକଠାରେ ପରାକ୍ରମ ଦିବସ ଉତ୍ସବରେ ଯୋଗଦେଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ ପାଳନ ସମାରୋହରେ ଯୋଗଦେଇଥିଲେ।