BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ପ୍ରଦୀପ ଜେନାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମ୍ପାଟି

ଭୁବନେଶ୍ୱର:  ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓ.ଇ.ଆର.ସି)ର ଅଧ୍ୟକ୍ଷ ଭାବେ ପ୍ରଦୀପ କୁମାର ଜେନାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି। ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍ପାଟି ଶ୍ରୀ ଜେନାଙ୍କୁ ଓ.ଇ.ଆର.ସି.ର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ଇଲେକ୍ଟ୍ରିସିଟି ଆକ୍ଟ -୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ମାର୍ଚ୍ଚ ୨୮ ତାରିଖରେ  ପ୍ରଦୀପ କୁମାର ଜେନା, ଆଇଏଏସ୍ (ଅବସରପ୍ରାପ୍ତ)ଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଥିଲା। ସୂଚନାଯୋଗ୍ୟ ଯେ, ଶ୍ରୀ ଜେନା ପୂର୍ବରୁ ଓଡ଼ିଶା ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ତଥା ମୁଖ୍ୟ ଶାସନ ସଚିବ ଭାବେ ଦକ୍ଷତାର ସହ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ।

ଏହି ଶପଥ ପାଠ ଗ୍ରହଣ ସମାରୋହରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍ବିଏସ୍ ରାଜପୁତଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ଶାସନ ସଚିବ ତଥା ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।