BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟପାଳ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର : ସୋମବାର ଦିନ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥବସ୍ଥା ପଚାରି ବୁଝିଥିଲେ। ସାକ୍ଷାତ ସମୟରେ ଦୁଇ ନେତା ପ୍ରାୟ ୧୫-୨୦ ମିନିଟ୍ ପର୍ଯ୍ୟନ୍ତ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଥିଲେ। ବିରୋଧି ଦଳ ନେତା ଶ୍ରୀ ପଟ୍ଟନାୟକ ତାଙ୍କ ସ୍ୱାସ୍ଥ୍ୟବସ୍ଥାର ବର୍ତ୍ତମାନର ସ୍ଥିତି ସଂପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ଆଲୋଚନା ବନ୍ଧୁତ୍ୱପୂର୍ଣ୍ଣ ଏବଂ ଅନୌପଚାରିକ ରହିଥିଲା। ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କର ଆଶୁ ଆରୋଗ୍ୟ, ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ରାଜ୍ୟପାଳ ପ୍ରାର୍ଥନା କରିଛନ୍ତି।