ଭୁବନେଶ୍ୱର: ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି ଯେ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନରେ ମଧୁବାବୁଙ୍କ ଅଦମ୍ୟ ପ୍ରୟାସ ଏବଂ ଦୃଢ଼ ନେତୃତ୍ୱ ସର୍ବଦା ସ୍ମରଣୀୟ ହୋଇ ରହିବ। ଏତଦ୍ବ୍ୟତୀତ ସାମାଜିକ ସଂସ୍କାର, ଶିକ୍ଷା ଏବଂ ଅବହେଳିତ ଗୋଷ୍ଠୀର ସଶକ୍ତିକରଣ କ୍ଷେତ୍ରରେ ମଧୁବାବୁଙ୍କର ଜୀବନବ୍ୟାପୀ ଉଦ୍ୟମକୁ ରାଜ୍ୟପାଳ ସ୍ମରଣ କରିଛନ୍ତି। ସେବା, ସମର୍ପଣ ଏବଂ ରାଷ୍ଟ୍ର ନିର୍ମାଣ କ୍ଷେତ୍ରରେ ମଧୁବାବୁଙ୍କର ଚିନ୍ତା, ଚେତନା ଓ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବା ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଛନ୍ତି।
BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”