BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜଭବନ ସେକ୍ରେଟାରିଏଟର କାର୍ଯ୍ୟାବଳୀ ସମୀକ୍ଷା କଲେ ରାଜ୍ୟପାଳ 

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ବୁଧବାର ଦିନ ରାଜଭବନ ସେକ୍ରେଟାରିଏଟ୍ର କାର୍ଯ୍ୟାବଳୀ ସମୀକ୍ଷା କରିଛନ୍ତି। ମିନି କନ୍ଫରେନ୍ସ ହଲ୍ଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଅଧିକାରୀମାନଙ୍କ ସହ ବିଭିନ୍ନ କାର୍ଯ୍ୟାଧାରା ଓ ଆଗାମୀ କାର୍ଯ୍ୟକ୍ରମ ସଂପର୍କରେ ରାଜ୍ୟପାଳ ସମୀକ୍ଷା କରି ଉଚ୍ଚ ଶିକ୍ଷା, ଜନଜାତି କଲ୍ୟାଣ ଏବଂ ଜନସେବା ଇତ୍ୟାଦି କାର୍ଯ୍ୟକଳାପ ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ। ସରକାରୀ କାର୍ଯ୍ୟ ଓ ଜନସେବା କାର୍ଯ୍ୟକଳାପର ସୁପରିଚାଳନା ସୁନିଶ୍ଚିତ କରିବା ନିମନ୍ତେ ଟିମ୍ ୱାର୍କ, ସମୟୋଚିତ ସମନ୍ୱୟ ଏବଂ ଅଧିକାରୀମାନଙ୍କ ମଧ୍ୟରେ ଉତ୍ତମ ଯୋଗାଯୋଗ ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ।

ଏତବ୍ୟତୀତ ରାଜଭବନର ସମସ୍ତ ବିଭାଗ ଦକ୍ଷତା ବଜାୟ ରଖିବା ସହିତ ଦୈନନ୍ଦିନ କାର୍ଯ୍ୟର ସୁଗମ ପରିଚାଳନା କରିବା ପାଇଁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଥିଲେ।  ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ରୂପା ରୋଶନ ସାହୁଙ୍କ ସମେତ ରାଜଭବନର ଅନ୍ୟ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଥିଲେ।