BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଜନକଲ୍ୟାଣକାରୀ ଯୋଜନାର ଉପଯୁକ୍ତ କାର୍ଯ୍ୟାନ୍ୱୟନ ଦ୍ୱାରା ଆକାଂକ୍ଷୀ ଜିଲ୍ଲାଗୁଡ଼ିକର ସାମଗ୍ରିକ ବିକାଶ ସମ୍ଭବ

  • ଆକାଂକ୍ଷୀ ଜିଲ୍ଲାରେ ସମସ୍ତ ସରକାରୀ ଯୋଜନାର ସଠିକ କାର୍ଯ୍ୟାନ୍ୱୟନ ନିଶ୍ଚିତ କରିବା ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

  • ଆଭାସୀ ମାଧ୍ୟମରେ ବିଭିନ୍ନ ଯୋଜନାର ଅଗ୍ରଗତିର ସୂଚନା ଦେଲେ କେନ୍ଦ୍ର ପ୍ରଭାରୀ ଅଧିକାରୀ ଓ ଜିଲ୍ଲାପାଳ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ଓ ୨୦୨୩ ମସିହାରେ ଯଥାକ୍ରମେ ଆରମ୍ଭ ହୋଇଥିବା ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ରାଜ୍ୟର ଆକାଂକ୍ଷୀ ଜିଲ୍ଲାମାନଙ୍କରେ ସମସ୍ତ ସରକାରୀ ଯୋଜନାର ସଠିକ କାର୍ଯ୍ୟାନ୍ୱୟନ ନିଶ୍ଚିତ କରିବା ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଗୁରୁତ୍ୱାରୋପ କରିଛନ୍ତି। ରାଜଭବନର ନ୍ୟୁ ଅଭିଷେକ ହଲଠାରେ ରାଜ୍ୟପାଳ ରାଜ୍ୟର ୧୦ଟି ଆକାଂକ୍ଷୀ ଜିଲ୍ଲା ଓ ୪୦ଟି ଆକାଂକ୍ଷୀ ବ୍ଲକରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ରାଜ୍ୟପାଳ ଏହି ଗୁରୁତ୍ୱାରୋପ କରିଛନ୍ତି।

ଏହି ବୈଠକରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ଯଥା ମୁଦ୍ରା, ସୁକନ୍ୟା ସମୃଦ୍ଧି ଯୋଜନା, ଅଟଳ ପେନସନ ଯୋଜନା, ପି.ଏମ ସୂର୍ଯ୍ୟ ଘର ଯୋଜନା ଭଳି ଜନକଲ୍ୟାଣକାରୀ ଯୋଜନାଗୁଡିକର ଉପଯୁକ୍ତ କାର୍ଯ୍ୟାନ୍ୱୟନ ନିଶ୍ଚିତ କରାଯିବା ଦ୍ୱାରା ଆକାଂକ୍ଷୀ ଜିଲ୍ଲାଗୁଡ଼ିକର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ। ଏ ଦିଗରେ ବ୍ୟାଙ୍କମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ କହିଥିଲେ। ସରକାରୀ ଯୋଜନାଗୁଡ଼ିକର ସମୟାନୁବର୍ତ୍ତୀ କାର୍ଯ୍ୟାନ୍ୱୟନ ସୁନିଶ୍ଚିତ କରିବା ପାଇଁ ବ୍ୟାଙ୍କ ଏବଂ ସରକାରୀ କାର୍ଯ୍ୟାନ୍ୱୟନ ଏଜେନ୍ସି ମଧ୍ୟରେ ଉତ୍ତମ ସମନ୍ୱୟ ଉପରେ ରାଜ୍ୟପାଳ ଅବତାରଣା କରିଥିଲେ।

ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅନ୍ତର୍ଗତ ସ୍ୱାସ୍ଥ୍ୟ ଓ ପୋଷଣ, ଶିକ୍ଷା, କୃଷି ଓ ଜଳ ସମ୍ପଦ, ମୌଳିକ ଭିତ୍ତିଭୂମି ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଓ ସାମାଜିକ ବିକାଶ ଭଳି ପ୍ରସଙ୍ଗ ଉପରେ ବିସ୍ତୃତ ସମୀକ୍ଷା କରି କହିଥିଲେ ଯେ ବିଭିନ୍ନ ପିଏସୟୁ ଓ କର୍ପୋରେଟ ସଂସ୍ଥାଗୁଡ଼ିକର ସିଏସଆର ପାଣ୍ଠିର ବିନିଯୋଗ କରି ଅନେକ ବିକାଶମୂଳକ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇପାରିବ। ଏ ଦିଗରେ ଜିଲ୍ଲାମାନଙ୍କରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ପାଇଁ ବିଭିନ୍ନ ପିଏସୟୁ ସହିତ କିପରି ସମନ୍ୱୟ ସ୍ଥାପନ କରାଯାଇପାରିବ ସେଦିଗରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ପାଇଁ ରାଜ୍ୟପାଳ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ I ଏହା ସହିତ ଆଦିବାସୀ ଛାତ୍ରୀମାନଙ୍କ ସାକ୍ଷରତା ହାରରେ ଉନ୍ନତି, ଆନ୍ତଃଜିଲ୍ଲା ସଡ଼କ ସଂଯୋଗୀକରଣ ଏବଂ ଦୂରଦୂରାନ୍ତ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଶତ ପ୍ରତିଶତ ମୋବାଇଲ ନେଟୱାର୍କ କଭରେଜ ଉପରେ ଅଧିକ ଧ୍ୟାନ ଦେବା ପାଇଁ ମଧ୍ୟ ରାଜ୍ୟପାଳ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଅଧୀନରେ ବିଭିନ୍ନ ଜିଲ୍ଲା ମାନଙ୍କରେ ସର୍ବୋତ୍ତମ କାର୍ଯ୍ୟଧାରାକୁ ରାଜ୍ୟପାଳ ପ୍ରଶଂସା କରିବା ସହିତ ଭବିଷ୍ୟତରେ ମଧ୍ୟ ଏଭଳି କାର୍ଯ୍ୟାବଳୀକୁ ଆଗେଇ ନେବା ପାଇଁ ରାଜ୍ୟପାଳ ଉତ୍ସାହିତ କରିଥିଲେ I

ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର-ତଥା-ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ, ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପୂର୍ତ୍ତ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ କମିସନର ତଥା ଶାସନ ସଚିବ ଗିରିଶ ଏସ ଏନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ କମିସନର ତଥା ଶାସନ ସଚିବ ବି. ପରମେଶ୍ୱରନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିସନର ତଥା ଶାସନ ସଚିବ ଭୁପେନ୍ଦ୍ର ସିଂହ ପୁନିଆ, ଗ୍ରାମ୍ୟ ଉନ୍ନୟନ ବିଭାଗ କମିସନର ତଥା ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ କମିସନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର, ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ କମିଶନର-ତଥା-ଶାସନ ସଚିବ ଡ. ତିରୁମାଲା ନାୟକ, ଓଡିଶା ଖଣି ନିଗମ ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାମଲ, ଜାତୀୟ ସ୍ୱାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶିକା ଡ଼. ବୃନ୍ଧା ଡି, ନିର୍ଦ୍ଦେଶକ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ମହମ୍ମଦ ସାଦିକ ଆଲାମ, ନିର୍ଦ୍ଦେଶକ ମ୍ୟୁନିସିପାଲ ଆଡ଼ମିନିସ୍ଟ୍ରେସନ ଅରିନ୍ଦମ ଡାକୁଆ, ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଟି ଏଓ ଓ ଅତିରିକ୍ତ ଶାସନ ସଚିବ ମନୀଷ ଅଗ୍ରୱାଲଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ।

ରାଜ୍ୟପାଳଙ୍କ କମିଶନର-ତଥା- ଶାସନ ସଚିବ  ରୂପା ରୋଶନ ସାହୁ ପ୍ରାରମ୍ଭରେ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ବୈଠକର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ। ଏହି ବୈଠକରେ କେନ୍ଦ୍ର ପ୍ରଭାରୀ ଅଧିକାରୀ ଓ ଜିଲ୍ଲାପାଳମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।