BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କୋଭିଡ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ୧୪ ମୃତ।

ଗୁଜୁରାଟ,୧/୫ : କରୋନା ମହାମାରୀ ବଢିବଢି ଚାଲିଥିବା ବେଳେ ଗୁଜରାଟର ଭାରୁଚରେ ଥିବା ଏକ କୋଭିଡ କେୟାର ସେଣ୍ଟରରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ଭାରୁଚର ପଟେଲ ୱେଲଫେୟାର ହସ୍ପିଟାଲରେ ରାତି ପ୍ରାୟ ୧୨.୩୦ ସମୟରେ ଏହି ଅଗ୍ନିକାଣ୍ଡ ହୋଇଥିଲା । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ ।

ତେବେ ଭାରୁଚ ଏସପି ରାଜେନ୍ଦ୍ର ସିଂ ଚୁଡାସମା କହିଛନ୍ତି ଯେ, ଆଇସିୟୁ ୱାର୍ଡରେ ସର୍ଟ ସର୍କିଟ ଥିବାରୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ ହୋଇଥିଲା । ଖବର ପାଇବା ମାତ୍ରେ ୧୦ ଟି ଅଗ୍ନିଶମ ବାହିନୀକୁ ତୁରନ୍ତ ଘଟଣାସ୍ଥଳକୁ ପଠାଯାଇଥିଲା । ନିଆଁକୁ ଆୟତ୍ତ କରି ରୋଗୀଙ୍କୁ ଡାକ୍ତରଖାନାରୁ ବାହାର କରାଯିବା ବେଳକୁ ୧୪ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ମୃତକଙ୍କ ମଧ୍ୟରେ ୧୨ ଜଣ ରୋଗୀ ଏବଂ ୨ ଜଣ ନର୍ସ ଅଛନ୍ତି । ଡାକ୍ତରଖାନାରେ ନିଆଁ ଲାଗିବା ସମୟରେ ସେଠାରେ ୫୮ ଜଣ ରୋଗୀ ଭର୍ତ୍ତି ହୋଇଥିଲେ । ଆଗକୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ।’