BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଲ୍ୟାଣ୍ଡଫଲ କଲା ବାତ୍ୟା ଗୁଲାବ୍।

ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ଆନ୍ଧ୍ର ପ୍ରଦେଶର କଳିଙ୍ଗପାଟ୍ଟନମ୍‌ଠାରୁ ୨୫ କିମି ଦୂର ଟେକାଲି ଓ ମୋରିଗୁଡ଼ା ମଝିରେ ଲ୍ୟାଣ୍ଡଫଲ୍‌ କରିଥିବା ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବା ପରେ ଗଜପତି ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଏହାସହ ୩୦ରୁ ୪୦ କି.ମି. ବେଗରେ ପବନ ବୋହିଥିଲା। ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ସମେତ ଆଖପାଖ ଜିଲାରେ ସାମାନ୍ୟ ବର୍ଷା ଲାଗି ରହିଥିଲା।