BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଓଡ଼ିଶାରେ ନୂଆ ରୋଗ ଟମାଟୋଫ୍ଲୁ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ଶିଶୁମାନେ ଟମାଟୋ ଫ୍ଲୁରେ ସଂକ୍ରମିତ ହେଉଥିବା ସୂଚନା ମିଳିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଛି। ଏନେଇ ପ୍ରତିକ୍ରିୟା ରଖି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଏହା ଏକ ଭାଇରାଲ ରୋଗ । ଏହି ରୋଗ ହେଲେ ପିଲାଙ୍କ ଦେହ ସାରା ଫଳିଯିବା ସହ ଜ୍ୱର ହେବ। ପିଲାମାନେ ଖାଇବେ ନାହିଁ ଓ ବାନ୍ତି ହେବ ବୋଲି ସେ କହିଛନ୍ତି।

ଏହାଛଡ଼ା ରାଜ୍ୟରେ କେତେ କେସ ରହିଛି ତାହା ଜାଣିବା ପାଇଁ ସବୁ ମେଡିକାଲ କଲେଜକୁ ରିପୋର୍ଟ ମଗାଯାଇଛି ବୋଲି ନିରଞ୍ଜନ କହିଛନ୍ତି। ତେବେ ଆର୍‌ଏମ୍‌ଆର୍‌ସି ଏହି ଭାଇରାଲ ଭାଇରସର ଡିଟେକଶନ କରିବ । ଆକ୍ରାନ୍ତଙ୍କ ନମୁନା ସଂଗ୍ରହ କରି ଆର୍‌ଏମ୍‌ଆର୍‌ସିକୁ ପଠାଯିବ । ଜିଲା ଓ ଶିଶୁ ରୋଗ ବିଶେଷଜ୍ଞମାନଙ୍କ ସହ ଏ ନେଇ ସ୍ବାସ୍ଥ୍ୟ ବିଭାଗ ଆଲୋଚନା କରିଛି। ଜିଲା ଚିକିତ୍ସାଳୟଗୁଡିକୁ ଆକ୍ରାନ୍ତ ଶିଶୁଙ୍କ ନମୁନା ସଂଗ୍ରହ କରି ପଠେଇବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।