BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ସକାରାତ୍ମକ ଆଲୋଚନା

ଭୁବନେଶ୍ୱର : ରାଜ୍ୟର ସାଧାରଣ ଜନତାଙ୍କ ସ୍ୱାସ୍ଥ୍ୟ ସେବା ଅବାଧ ରଖିବା ଓ ଜନସ୍ୱାର୍ଥକୁ ସର୍ବୋପରି ଧ୍ୟାନ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଆଜି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ବୈଠକ କରିଛନ୍ତି। ଏହି ଆଲୋଚନା ବୈଠକର ଫଳାଫଳ ସକାରାତ୍ମକ ରହିଛି |

ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ ରଖି ଥିବା ଦାବି ଗୁଡିକୁ ସମ୍ମାନ ଜଣାଇ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏକ କମିଟି ଗଠନ କରାଯାଇ ଦାବି ଗୁଡିକର ଅନୁଧ୍ୟାନ କରାଯାଇ ସକାରାତ୍ମକ ପଦକ୍ଷେପ ନିଆ ଯିବ | ଲୋକ ମାନଙ୍କ ସ୍ୱାସ୍ଥ୍ୟ କୁ ଗୁରୁତ୍ୱ ଦେଇ ସଙ୍ଘ ତରଫରୁ ନିଆଯାଇଥିବା ଆନ୍ଦୋଳନରୁ ନିବୃତ ରହିବାକୁ ସେ ଅନୁରୋଧ କରିଥିଲେ |

ବୈଠକ ଶେଷରେ ଡାକ୍ତର ସଙ୍ଘ ପକ୍ଷରୁ ଜନସ୍ୱାର୍ଥକୁ ଗୁରୁତ୍ୱ ଦେଇ ସରକାର ସହ ଆଲୋଚନା ଜାରି ରଖିବା ଏବଂ ସ୍ୱାସ୍ଥ୍ୟ ସେବା ଅବାଧ ଭାବେ ଜାରୀ ରଖିବା ଦିଗରେ ସକାରାତ୍ମକ ମନୋଭାବ ପ୍ରକାଶ କରାଯାଇଛି।

ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗ ସଚିବ ଅସ୍ବଥି ଏସ, ସ୍ୱତନ୍ତ୍ର ସଚିବ ଡାକ୍ତର ବିଜୟ ମହାପାତ୍ର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ |