BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୪୩୪ କୋଟିର ହେରୋଇନ୍ ଜବତ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀରୁ ୬୨ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୩୪ କୋଟି ଟଙ୍କା ହେବ। ଏହି ହେରୋଇନ ସାମଗ୍ରୀ ଏକ ଏୟାର କାର୍ଗୋ ଦ୍ୱାରା ଧରାଯାଇଥିଲା।
ସୂଚନାଯୋଗ୍ୟ, ଡିଆର୍‌ଆଇକୁ ଏହି ସାମଗ୍ରୀ ସମ୍ବନ୍ଧରେ ଏକ ଗୁପ୍ତଚର ସୂଚନା ମିଳିଥିଲା। ମେ ୧୦ରେ ଏକ ଅପରେସନ ଆରମ୍ଭ କରାଯାଇଥିଲା, ଯାହାର ନାମ ବ୍ଲାକ୍‌ ଆଣ୍ଡ୍‌ ହ୍ବାଇଟ୍‌ ଥିଲା। ଦୁବାଇରୁ ଦିଲ୍ଲୀ ଏହି ହେରୋଇନ୍‌ ଆସୁଥିବା ଜଣାପଡିଥିଲା। ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି।