BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଶ୍ୱସ୍ତରୀୟ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ରୋଡମ୍ୟାପ୍ ଉପରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ବର:  ବିଶ୍ୱସ୍ତରୀୟ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।

ଏକ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ଯାହା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଉପସ୍ଥାପନ କରାଯିବ। ସହରାଞ୍ଚଳ ଭିତ୍ତିଭୂମି ବୃଦ୍ଧି ସହ ପୁରୀର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟକୁ ସଂରକ୍ଷିତ ରଖିବାର ଗୁରୁତ୍ୱ ଉପରେ ଶ୍ରୀମତୀ ପାଢ଼ୀ ଗୁରୁତ୍ୱାରୋପ କରିଥିଲେ। ପୁରୀର ପବିତ୍ରତାକୁ ସମ୍ମାନ ଦେବା ଏବଂ ବିକସିତ ଓଡ଼ିଶାର ପରିକଳ୍ପନା ଅନୁଯାୟୀ ଏହାର ସମୃଦ୍ଧ ଐତିହ୍ୟକୁ ପ୍ରୋତ୍ସାହିତ କରିବା ଆମର ଲକ୍ଷ୍ୟ ବୋଲି ସେ କହିଛନ୍ତି।

ସାଂସ୍କୃତିକ ଗୌରବ, ଐତିହ୍ୟ ସଂରକ୍ଷଣ ଏବଂ ସହରାଞ୍ଚଳ ରୂପାନ୍ତରକୁ ପ୍ରୋତ୍ସାହିତ କରିବା ପାଇଁ ଏହି ପଦକ୍ଷେପ ରାଜ୍ୟ ସରକାରଙ୍କ ବ୍ୟାପକ ଏଜେଣ୍ଡା ସହିତ ମେଳ ଖାଉଛି। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଦାଖଲ କରିବା ପାଇଁ ଏବେ ଏକ ବିସ୍ତୃତ ପ୍ରକଳ୍ପ ଯୋଜନା ପ୍ରସ୍ତୁତ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିବା ପ୍ରକାଶ I

ଖାରବେଳ ଭବନ ଠାରେ ଅନୁଷ୍ଠିତ ଏହି ବୈଠକରେ ପର୍ଯ୍ୟଟନ ସଚିବ ବଲୱନ୍ତ ସିଂହ, ଡ. ବିଜୟ କେଟାନ ଉପାଧ୍ୟାୟ ସଚିବ ଓଏଲ ଆଣ୍ଡ ସି,  ଅରିନ୍ଦମ ଡାକୁଆ ପୌର ନିର୍ଦ୍ଦେଶକ, ଜିଲ୍ଲାପାଳ ପୁରୀ  ଦିବ୍ୟଜ୍ୟୋତି ପରିଡା, ସମୀର୍ ହୋତା ଏମଡି ଓବିସିସି, ଶ୍ରୀ ଦେବବ୍ରତ ସାହୁ ପ୍ରଶାସକ (ଉନ୍ନୟନ) ଏସଜେଟିଏ, ଏବଂ   ଦେବପ୍ରସାଦ ଦାସ ସ୍ବତନ୍ତ୍ର ସଚିବ ଓଏଲଏଲ ଆଣ୍ଡ ସି, ଶିବ ପ୍ରସାଦ ମିଶ୍ର ଅତିରିକ୍ତ ସଚିବ ଆଇନ ବିଭାଗ ଏବଂ ପ୍ରଦୀପ କୁମାର ସାହୁ ଯୁଗ୍ମ ସଚିବ ରାଜସ୍ୱ ବିଭାଗ ଯୋଗ ଦେଇଥିଲେ।