BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା, ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀ ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର : ଓଡ଼ିଶାରେ ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକ ଅଗ୍ରଗତି ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I

ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୪ଟି ଚାଲୁଥିବା ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା। ଏଥିରେ ୨୧ କିଲୋମିଟର ଦୀର୍ଘ କଟକ-କନ୍ଦରପୁର ରାସ୍ତା, ୧୧୧ କିଲୋମିଟର ଦୀର୍ଘ କ୍ୟାପିଟାଲ ରିଜିୟନ ରିଙ୍ଗ ରୋଡ଼, ମୋହନା- କୋରାପୁଟ ରାସ୍ତା ସମେତ ସମ୍ବଲପୁର, ବୋରିଗୁମ୍ମା, ଜୟପୁର, ଟିଟିଲାଗଡ଼, ଧର୍ମଗଡ଼, ରାଇରଙ୍ଗପୁର, ଫୁଲବାଣୀ, ନବରଙ୍ଗପୁର ଓ ଝାରସୁଗୁଡ଼ା ବାଇପାସ୍‌ ରାସ୍ତା ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା I ଏଥିସହିତ ଇନ୍ଦ୍ରାବତୀ, ନାଗାବଳୀ ଓ ତେଲ୍‌ ନଦୀ ଉପରେ ସେତୁ ନିର୍ମାଣ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା ହୋଇଥିଲା I

ଏଥିରେ ଜମି ଅଧିଗ୍ରହଣ ଓ କ୍ଷତିପୂରଣ ପ୍ରଦାନ, ଜଙ୍ଗଲ ଜମି ଅଧିଗ୍ରହଣ ନେଇ ଥିବା ଜଟିଳତା ଦୂରୀକରଣ ଓ ବିଦ୍ୟୁତ, ପାନୀୟଜଳ ଓ ଟେଲିକମ୍‌ ଆଦି ୟୁଟିଲିଟି ସ୍ଥାନାନ୍ତରଣ ନେଇ ଆଲୋଚନା ହୋଇଥିଲା। ବୈଠକରେ ସମୟସୀମା ମଧ୍ୟରେ ଅପେକ୍ଷିତ କାର୍ଯ୍ୟ ସମ୍ପାଦନ କରି ପ୍ରକଳ୍ପ ତ୍ୱରାନ୍ୱିତ କରିବାକୁ ସମ୍ପୃକ୍ତ ଜିଲ୍ଲାପାଳ ଓ ବିଭାଗୀୟ ଅଧୀକାରୀଙ୍କୁ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଓ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ, ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ,ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ପ୍ରମୁଖ ଶାସନ ସଚିବ ଶ୍ରୀ ଭାସ୍କର ଜ୍ୟୋତି ଶର୍ମାଙ୍କ ସମେତ ଜାତୀୟ ରାଜପଥ ପ୍ରାଧିକରଣ, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ I ଆଭାସୀ ମାଧ୍ୟମରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ I