BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମହାମାନ୍ୟ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ଏମ୍ସ ଭୁବନେଶ୍ବର, ଡିଗ୍ରୀ ଓ ପଦକ ଗ୍ରହଣ କରିବାକୁ ଉତ୍କଣ୍ଠାର ସହିତ ଚାହିଁ ରହିଛନ୍ତି ଛାତ୍ରଛାତ୍ରୀ

ଏମ୍ସ ଭୁବନେଶ୍ବରକୁ ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ, ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଆଜି ଏମ୍ସ ଭୁବନେଶ୍ବରକୁ ଆସୁଛନ୍ତି ଓଡ଼ିଶା ମାଟିର କନ୍ୟା ତଥା ଭାରତର ମହାମାନ୍ୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ୫ମ ସମାବର୍ତ୍ତନ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ଏନେଇ ଏମ୍ସ ଭୁବନେଶ୍ବରରେ ଖେଳିଯାଇଛି ଖୁସି ଓ ଉତ୍ସବର ପରିବେଶ। ଏମ୍ସକୁ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ ସମସ୍ତ ସଦସ୍ୟ ଉତ୍କଣ୍ଠାର ସହିତ ଚାହିଁ ରହିଥିବା ପ୍ରକାଶା କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ। ରାଷ୍ଟ୍ରପତି ମହୋଦୟାକଙ୍କ ଉପସ୍ଥିତି ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତ ପାଲଟିଛି।

ଏନେଇ ଏମ୍ସ ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାଜ୍ୟ ଗୌରବମୟ କଳା ସଂସ୍କୃତି, ଐତିହ୍ୟ ମାଧ୍ୟମରେ ମାନ୍ୟବର ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯିବ। ସେହିପରି କୃତୀ ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ଡିଗ୍ରୀ ଏବଂ ସ୍ବର୍ଣ୍ଣ ପଦକ ପ୍ରଦାନ କରିବେ। ଏମ୍ସ ଭୁବନେଶ୍ବରରେ ରାଷ୍ଟ୍ରପତି ମହୋଦୟା ପାଖାପାଖି ଏକ ଘଣ୍ଟା ରହିବା ନେଇ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବା ଡ. ବିଶ୍ବାସ ସୂଚନା ପ୍ରଦାନ କରିଛନ୍ତି।

ଚଳିତ ବର୍ଷ, ମୋଟ ୬୪୩ ଜଣ ସ୍ୱାସ୍ଥ୍ୟସେବା ବୃତ୍ତିଧାରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ। ଏହି ସୂଚୀରେ, ୧୯୬ ଜଣ ଡାକ୍ତରୀ(ଏମ୍ବିବିଏସ) ଛାତ୍ରଛାତ୍ରୀ, ୧୫୮ ଜଣ ବିଶେଷଜ୍ଞ(ପିଜି) ଡାକ୍ତର, ୪୯ ଜଣ ସୁପର ସ୍ପେଷିଆଲିଟି(ଡିଏମ୍/ଏମ୍ସିଏଚ୍), ୨୧ ଜଣ ପୋଷ୍ଟ-ଡକ୍ଟରାଲ୍ ଫେଲୋ (ପିଡିଏଫ୍), ୧୧୬ ଜଣ ବିଏସ୍ସି ନର୍ସିଂ, ୬୨ଜଣ ବିଏସ୍ସି ପାରାମେଡିକାଲ୍, ୪୧ ଜଣ ଏମ୍ଏସସି ନର୍ସିଂ, ଛାତ୍ରଛାତ୍ରୀ ଅନ୍ତର୍ଭୁକ୍ତ। ସେହିପରି ୩୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ୫୯ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ।

ହି ସମ୍ମାନଜନକ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହିତ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ହରି ବାବୁ କମ୍ଭମ୍ପାଟି, ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ମାନ୍ୟବର ସାଂସଦ (ଲୋକସଭା), ଭୁବନେଶ୍ୱର ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ ବୋଲି ଡ. ବିଶ୍ୱାସ ସୂଚନା ଦେଇଛନ୍ତି।

୨୦୦୩ ମସିହାରେ ମହାନ ଦୂରଦୃଷ୍ଟିସମ୍ପନ୍ନ ଜନନେତା ଭାରତରତ୍ନ ସ୍ୱର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱାରା ପ୍ରତିଷ୍ଠିତ, ଏମ୍ସ ଭୁବନେଶ୍ୱର ଆଜି ମେଡିକାଲ୍ ଶିକ୍ଷା, ଗବେଷଣା ଏବଂ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଏକ ପ୍ରମୁଖ ସ୍ଥାନ ହାସଲ କରିଛି। ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟ ଗୁଡ଼ିକରେ ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ବିଶ୍ୱାସର ପ୍ରତୀକ ପାଲଟିଛି।

ଉତ୍କର୍ଷତା ପ୍ରତି ଏମ୍ସ ଭୁବନେଶ୍ୱରର ପ୍ରତିବଦ୍ଧତା ଏହାର ମାନ୍ୟତା ସ୍ପଷ୍ଟ କରିଥାଏ। ଖ୍ୟାତନାମା ଇଣ୍ଡିଆ ଟୁଡେ-ଏମଡିଆରଏ ସର୍ଭେ ୨୦୨୫ରେ ଏହି ଜାତୀୟ ପ୍ରତିଷ୍ଠାନ ଶ୍ରେଷ୍ଠ ମେଡିକାଲ କଲେଜ ମଧ୍ୟରେ ୧୨ ତମ ଏବଂ ଉଦୀୟମାନ ମେଡିକାଲ କଲେଜ ମଧ୍ୟରେ ଦେଶରେ ୨ୟ ସ୍ଥାନ ହାସଲ କରିଛି। ଏମ୍ସ ନୂଆଦିଲ୍ଲୀ ପରେ ଦେଶବ୍ୟାପୀ ନିଟ୍ ଯୋଗ୍ୟ ପ୍ରାର୍ଥୀଙ୍କ ଦ୍ୱିତୀୟ ପସନ୍ଦ ପାଲଟିଛି। ପ୍ରତିଷ୍ଠିତ ଏନ୍ଆଇଆରଏଫ୍ ୨୦୨୪ ରେ ୧୫ ତମ ସ୍ଥାନରେ ରହି ସଫଳତା ହାସଲ କରିଛି। ୨୦୨୧ରେ ଏହି କ୍ରମରେ ଏମ୍ସ ୩୧ତମ ସ୍ଥାନରୁ ସଫତଳାର ସହିତ ଉଚ୍ଚସ୍ଥାନକୁ ଉଠି ଚାଲିଛି।