BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବ୍ରୋଞ୍ଜ ପାଇଁ ଲଢିବ ଭାରତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଶ୍ୱକପର ପ୍ରତିଟି ମ୍ୟାଚରେ ଆକର୍ଷଣ ଖେଳ ପ୍ରଦର୍ଶନ କରିଥିବା ଭାରତ ଶେଷରେ ବ୍ରୋଞ୍ଜ ପାଇଁ ଲଢେଇ କରିବ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଜର୍ମାନୀ ୪-୨ ଗୋଲରେ ଭାରତକୁ ପରାସ୍ତ କରିଛି। ଫଳରେ ୨୦୦୧ ଓ ୨୦୧୬ ଚାମ୍ପିୟନ ଭାରତର ଫାଇନାଲ ପ୍ରବେଶ ଆଶା ଏଥର ଅଧୁରା ରହିଛି। ୫ ତାରିଖରେ ହେବାକୁ ଥିବା ଫାଇନାଲରେ ଜର୍ମାନୀ ଓ ଆର୍ଜେଣ୍ଟିନା ମଧ୍ୟରେ ମୁକାବିଲା ହେବ।

ସେହିଦିନ ସେମିଫାଇନାଲରେ ପରାଜିତ ଦୁଇ ଦଳ ଅର୍ଥାତ୍‌ ଗତ ସଂସ୍କରଣର ଚାମ୍ପିୟନ ଭାରତ ଓ ଫ୍ରାନ୍ସ ମଧ୍ୟରେ ବ୍ରୋଞ୍ଜ ପଦକ ପାଇଁ ମୁକାବିଲା ହେବ। ପୂର୍ବରୁ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଆର୍ଜେଣ୍ଟିନା ଶୁଟ୍‌ଆଉଟ ୩-୧ ଗୋଲରେ ଫ୍ରାନ୍ସକୁ ହରାଇ ଫାଇନାଲରେ ପହଞ୍ଚତ୍ଥିଲା। ଜର୍ମାନୀ ୧୯୮୨, ୧୯୮୫, ୧୯୮୯, ୧୯୯୩, ୨୦୦୯ ଓ ୨୦୧୩ରେ ସର୍ବାଧିକ ୬ ଥର ଚାମ୍ପିୟନ ହୋଇଥିବାବେଳେ ୧୯୭୯ରେ ରନର୍ସଅପ୍‌ ହୋଇଥିଲା। ତେଣୁ ଏହାକୁ ମିଶାଇ ଦଳ ୮ମ ଥରପାଇଁ ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ ଶେଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଅତିଥିଭାବେ ଯୋଗଦେଇ ଜର୍ମାନୀର ମାସି ପଫଣ୍ଡଟଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।