BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ହାଇକୋର୍ଟ ଗଲେ ସୁମିତ

କଟକ ,୧୧।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଗତ ୪ ତାରିଖରେ ଛତ୍ରପୁର ଜିଲା କୋର୍ଟ ଦେଇଥିବା ନିର୍ଦ୍ଦେଶନାମାକୁ ନେଇ ଏବେ ହାଇକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରିଛନ୍ତି ସୁମିତ। ତପସ୍ବିନୀ ତାଙ୍କ ଘରେ ରହିବା ଏବଂ ତାଙ୍କୁ ମାସିକ ୧୭ ହଜାର ଟଙ୍କା ଦେବା ନିର୍ଦ୍ଦେଶକୁ ହାଇକୋର୍ଟରେ ସେ ଚ୍ୟାଲେଞ୍ଜ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଛତ୍ରପୁରର ତପସ୍ବିନୀ ଏବଂ ବ୍ରହ୍ମପୁରର ଡା. ସୁମିତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଉଭୟେ ଗତ ବର୍ଷ କୋର୍ଟରେ ବିବାହ କରି ଏକାଠି ରହୁଥିଲେ। ହେଲେ କିଛି ମାସ ତଳେ ସ୍ବାମୀ, ଶାଶୁ ଏବଂ ଶ୍ୱଶୁର ମିଶି ତାଙ୍କୁ ନିର୍ଯାତନା ଦେଇଥିବା ନେଇ ତପସ୍ବିନୀ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ସୁମିତଙ୍କ ପରିବାର ଲୋକ ମାମଲା ଉଠାଇବା ଲାଗି ତପସ୍ବିନୀଙ୍କୁ ମନାଇବା ସହ ବାହାଘର କରାଇବାକୁ ପ୍ରତିଶ୍ରୁତି ଦେଇଥିଲେ। ନଭେମ୍ବର ୨୨ରେ ବିବାହ ହୋଇଥାନ୍ତା। ହେଲେ ଶ୍ୱଶୁର ଘର ଲୋକେ କୌଣସି ଆୟୋଜନ କରି ନ ଥିବାରୁ ତପସ୍ବିନୀ ବଧୂ ବେଶରେ ଧାରଣାରେ ବସିଥିଲେ। ଏହା ଚର୍ଚ୍ଚାର ବିଷୟ ପାଲଟିଥିଲା।