BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଇଏସସିଇ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ।

ଭୁବନେଶ୍ବର,୧୭/୪(ବ୍ୟୁରୋ): ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ (ଆଇଏସ୍‌ସିଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ଏ ସଂକ୍ରାନ୍ତରେ ଶୁକ୍ରବାର ଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତିରେ ଆଇଏସ୍‌ସିଇ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତଥା ସଚିବ ଗେରୀ ଆରାଥୋନ ପ୍ରକାଶ କରିଛନ୍ତି, ମେ ୪ରୁ ଆଇଏସ୍‌ସିଇ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଅଫଲାଇନ୍‌ରେ ହେବାର ଥିଲା; କିନ୍ତୁ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ଉଗ୍ରରୂପ ଧରି କାୟା ବିସ୍ତାର କରୁଛି। ଏହି ସମୟରେ ବିଦ୍ୟାର୍ଥୀଙ୍କ ସ୍ବାସ୍ଥ୍ୟ ପ୍ରତି ପ୍ରାଥମିକତା ଦିଆଯାଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି। ଆଗକୁ ପରିସ୍ଥିତିରେ ସ୍ବାଭାବିକ ଆସିଲେ ଜୁନ୍ ପ୍ରଥମ ସପ୍ତାହରେ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ସମୟରେ ଏ ସମ୍ବନ୍ଧରେ ବିସ୍ତୃତ ବିବରଣ ପ୍ରକାଶ ପାଇବ।