BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ତାତୁଛି ଉପକୂଳରୁ ଉପାନ୍ତ: କଲବଲ କରୁଛି ଗରମ, ଗୁଳୁଗୁଳି

ଭୁବନେଶ୍ୱର : ଓଡିଶାରେ ଆଗାମୀ ୪ ଦିନ ଯାଏଁ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବଢିବା ସମ୍ଭାବନା ରହିଛି । ସକାଳ ୮.୩୦ ସୁଦ୍ଧା ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଲା । ପଶ୍ଚିମ ଓଡିଶାରେ ପ୍ରବଳ ଖରା ଓ ଉପକୂଳ ଓଡିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୫ ତାରିଖ ଯାଏ ଗରମରୁ ତ୍ରାହି ମିଳିବ ନାହିଁ । ଓଡିଶାରେ ଆଗାମୀ ୪ ଦିନ ଯାଏଁ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବଢିବା ସମ୍ଭାବନା ରହିଛି ବୋଲି ସତର୍କ କରିଛି ପାଣିପାଗ ବିଭାଗ । ପ୍ରବଳ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମ ଲହରୀ।

ଆଜି ସକାଳ ୮.୩୦ ସୁଦ୍ଧା ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଲା । ପଶ୍ଚିମ ଓଡିଶାରେ ପ୍ରବଳ ଖରା ଓ ଉପକୂଳ ଓଡିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି । ଆଜି ସକାଳ ସାଢେ ୮ଟା ସୁଦ୍ଧା ୩୫ ଡିଗ୍ରୀ ଟପିଛି ପାରଦ । ଝାରସୁଗୁଡାରେ ୩୫.୨ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ହୀରାକୁଦରେ ୩୪ ଡିଗ୍ରୀ, ପୁରୀ ୩୩.୪ ଡିଗ୍ରୀ, ବାଲେଶ୍ୱର ୩୩ ଡିଗ୍ରୀ, ରାଉରକେଲା ୩୨.୮, ଭୁବନେଶ୍ୱର ୩୨.୪ ଡିଗ୍ରୀ, ଚାନ୍ଦବାଲି ୩୨.୨ ଡିଗ୍ରୀ, ପାରାଦୀପ ୩୧.୨ ଓ ଗୋପାଳପୁରରେ ୩୦.୨ ଡିଗ୍ରୀ ରେକର୍ଡ କରାଯାଇଛି ।

ଆଇଏମଡି ପକ୍ଷରୁ ମେ ୧୧ରୁ ୧୫ ତାରିଖ ଯାଏଁ ପ୍ରବଳ ଖରା ଓ ଗୁଳୁଗୁଳି ନେଇ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି, ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ବୌଦ୍ଧ, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ପଶ୍ଚିମ ଓଡିଶାରେ ଅତ୍ୟଧିକ ଖରା ଓ ଉପକୂଳ ଓଡିଶାରେ ଅତ୍ୟଧିକ ଆର୍ଦ୍ରତା ଯୋଗୁଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି । ଗତକାଲି ୭ଟି ସହରରେ ୪୦ ଡିଗ୍ରୀ ଟପିଥିଲା ପାରଦ।

ସେହିପରି ୧୧ ତାରିଖ ଅପରାହ୍ନ ସମୟରେ ମାଲକାନଗିରି, କୋରାପୁଟ ଓ ରାୟଗଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ନବରଙ୍ଗପୁର, ଓ ନୂଆପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

୧୨ ତାରିଖ ଅପରାହ୍ନ ସମୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା, ଘଡଘଡି ଓ ବିଜୁଳି ମାରିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।