BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନାବାଳିକା ହତ୍ୟା ଘଟଣାର ସ୍କ୍ରିନ ରିକ୍ରେଶନ୍

ବରୀ,୧।୫(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଅନ୍ୟାସୀପୁର ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସ ଗିରଫ ଅଭିଯୁକ୍ତଙ୍କ ରବିବାର ସିନ୍‌ ରିକ୍ରେଶନ କରାଇଛି। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ରାହୁଲ ପି ଆର୍‌ ଉପସ୍ଥିତ ରହି ମାମଲାର ତଦନ୍ତ କରିଥିଲେ। ମାମଲାରେ ଅଭିଯୁକ୍ତ ସୁବ୍ରତ ବେହେରାଙ୍କ ସହ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ ସେ ନେଇ ଅଧିକ ତଦନ୍ତ ଚାଲିଥିବା ଏସ୍‌ପି ରାହୁଲ କହିଛନ୍ତି। ଏନେଇ ତୁରନ୍ତ ରହସ୍ୟ ଉନ୍ମୋଚନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଗତ ଫେବୃୟାରୀ ୧୮ତାରିଖରେ ଜଣେ ନାବାଳିକଙ୍କ ମୃତଦେହ ଜବତ କରାଯାଇଥିଲା। ବରୀ ପୋଲିସ ପ୍ରଥମେ ଏକ ଅପମୃତ୍ୟୁ ମାମଲା(ନଂ.୩/୨୨) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ରିପୋର୍ଟରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଜଣାପଡିଥିଲା। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସୁବ୍ରତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଘଟଣାର ଅଧିକ ତଦନ୍ତ ଚଳାଇଛି।