BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜେଇଇ ଟପ୍ପର ହେଲେ ଦେବାଶିଷ।

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏଥିରେ ଟପ୍ପର ହୋଇଛନ୍ତି ଓଡିଏମ୍‌ ସ୍କୁଲ ଛାତ୍ର ଦେବାଶିଷ ପଣ୍ଡା। ସେ ମୋଟ ୯୯.୯୫% ମାର୍କ ରଖିଛନ୍ତି। ଆଗକୁ ଏପ୍ରିଲ ଓ ମେ’ ସେସନର ଜେଇଇ ମେନ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ସବୁ ସେସନର ରେଜଲ୍ଟକୁ ମିଶାଇ ଟପ ୪ ସ୍କୋରଙ୍କ ନାଁ ଘୋଷଣା କରାଯିବ। ଏହାପୂର୍ବରୁ ମାର୍ଚ୍ଚ ୮ରେ ଜେଇଇ ମେନ ଫେବୃଆରୀ ସେସନର ରେଜଲ୍ଟ ପ୍ରକାଶ ପାଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ସେସନର ଜେଇଇ ମେନ ପରୀକ୍ଷା ପାଇଁ ୬,୧୯,୩୬୮ ଜଣ ଶିକ୍ଷାର୍ଥୀ ପଞ୍ଜୀକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ପ୍ରାୟ ୫ ଲକ୍ଷ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମାର୍ଚ୍ଚ ୧୬ରୁ ୧୮ ଯାଏ ଏହି ପରୀକ୍ଷା ହୋଇଥିଲା।