ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବିଳାସପୁର ଉଚ୍ଚ ନ୍ୟାୟାଳୟରୁ ଜାମିନ ମିଳିଛି । କଳ୍ପନା-ବବ୍ଲି ହତ୍ୟା ମାମଲାରେ ଛତିଶଗଡ଼ ଉଚ୍ଚନ୍ୟାୟାଳୟ ଅନୁପଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିବା ଜଣାଯାଇଛି । ଗୁରୁବାର ଜଷ୍ଟିସ ସଞ୍ଜୟ କେ. ଅଗ୍ରୱାଲ ଓ ଜଷ୍ଟିସ ଦୀପକ ତିୱାରୀଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ଜାମିନ ନିର୍ଦେଶ ଦେଇଛନ୍ତି । ତେବେ ଗୁରୁବାର ଅର୍ଡର କପି ପ୍ରକାଶ ପାଇ ନ ଥିବା ହେତୁ କେଉଁ ସର୍ତ୍ତରେ ଜାମିନ ମିଳିଛି ତାହା ସ୍ପଷ୍ଟ ହୋଇପାରିନାହିଁ। ଶ୍ରୀ ସାଏ ୨୦୧୬ ମସିହାର କଳ୍ପନା-ବବଲି ଡବଲ ମର୍ଡର ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୨୦୨୦ ଫେବୃଆରୀ ୧୪ ତାରିଖରେ ଗିରଫ ହୋଇଥିବା ବେଳେ ୨୦୨୨ ଏପ୍ରିଲ ୨ ତାରିଖରେ ଛତିଶଗଡ଼ ରାୟଗଡ଼ର ଅଦାଲତ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ।
BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”