BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଝାରସୁଗୁଡ଼ା କିର୍ମିରା ପାକ୍ସ ସମ୍ପାଦକ ନିଲମ୍ବିତ

ଭୁବନେଶ୍ୱର: ସାର କଳାବଜାରୀ ବିରୁଦ୍ଧରେ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ବେଆଇନ ସାର କାରବାର ଅଭିଯୋଗରେ କିର୍ମିରା ପାକ୍ସ ସମ୍ପାଦକ ବୁଦ୍ଧଦେବ ସାହୁଙ୍କୁ ସମବାୟ ବିଭାଗ ପକ୍ଷରୁ ଆଜି କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ୨୬ ବସ୍ତା ୟୁରିଆ ସାର ବେଆଇନ ଭାବେ ବିକ୍ରି କରୁଥିବା ସମୟରେ ସେ ଧରା ପଡ଼ିଥିଲେ । ନିଲମ୍ବନ ସମୟରେ ସମ୍ବଲପୁର ଜିଲ୍ଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲଇକେରା ଶାଖା କାର୍ଯ୍ୟାଳୟରେ ତାଙ୍କର ମୁଖ୍ୟାଳୟ (ହେଡ୍ କ୍ଵାର୍ଟର୍) ସ୍ଥିର କରାଯାଇଛି । ନିଲମ୍ବନ ଆଦେଶ ବଳବତ୍ତର ରହିବା ପର୍ଯ୍ୟନ୍ତ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ ।

ସୂଚନାଯୋଗ୍ୟ, ସାର କଳାବଜାରୀ ସମ୍ପର୍କରେ କିର୍ମିରା ପାକ୍ସ ସମ୍ପାଦକଙ୍କ ବିରୁଦ୍ଧରେ ସ୍ଥାନୀୟ କୃଷକ ଅଭିଯୋଗ କରିବା ପରେ କିର୍ମିରା ତହସିଲଦାର, ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କିର୍ମିରା ବ୍ଲକ୍ କୃଷି ଅଧିକାରୀ, କିର୍ମିରା ସାର ନିରୀକ୍ଷକ ମିଳିତ ଭାବେ ଚଢ଼ଉ କରିଥିଲେ । ୨୬ ବସ୍ତା ୟୁରିଆ ସାର ପିକ୍ ଅପ୍ ଭ୍ୟାନରେ ଲୋଡ୍ କରୁଥିବା ସମୟରେ ସେ ଧରା ପଡ଼ିଥିଲେ । ସାର କଳାବଜାରୀ ଅଭିଯୋଗରେ ଆଜି ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ଏଭଳି ଅନିୟମିତତାରେ ଲିପ୍ତ ରହିଲେ ତୁରନ୍ତ କାର୍ଯ୍ୟାନୁଷ୍ଠନ ଗ୍ରହଣ କରିବା ପାଇଁ ସମବାୟ ବିଭାଗ ପକ୍ଷରୁ କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଚାଷୀଙ୍କ ମଙ୍ଗଳ ପାଇଁ ସରକାର ପ୍ରତିବଦ୍ଧ ଅଛନ୍ତି । ସୁଲଭ ଦରରେ ସାର ଯୋଗାଇ ଦେବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ସାର କଳାବଜାରୀ ରୋକିବା ପାଇଁ ଏନଫୋର୍ସମେଣ୍ଟ ଟିମ୍ ସମଗ୍ର ରାଜ୍ୟରେ ଚଢ଼ଉ ଜାରି ରଖିଛନ୍ତି ।