BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୧୭ ଯାଏଁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ତେଣୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ କିମ୍ବା ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ଦେଖାଯାଉନି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଦେଖାଇଥିଲା ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ହେଲା, ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା ଅଛି । ୧୨, ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ । ୧୬ ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ଜାରି ରହିବ।

ଶନିବାର ରାଜ୍ୟରେ ଖରା ପ୍ରକୋପ କମ୍ ଥିଲା । ଟିଟିଲାଗଡ଼ ଓ ବଲାଙ୍ଗିର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ପାର୍ କରିଥିବା ବେଳେ ଉପକୂଳ ଓଡ଼ିଶା ୩୫ ଡିଗ୍ରୀ ପାଖାପାଖି ରହିଥିଲା ।