ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ପୁରୀରେ ହବିଷ୍ୟାଳିଙ୍କ ଭିଡ଼
ପୁରୀ: ଆଜି ଠାରୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହେଉଛି। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି। ଏଥିପାଇଁ ରାଜ୍ୟ ସରକାରଙ୍କ ହବିଷ୍ୟାଳି ଯୋଜନାରେ ବ୍ରତଧାରୀଙ୍କ ପାଇଁ ବ୍ୟବସ୍ଥା କରାଯାଇଛି।
ମଙ୍ଗଳବାର ଚଳିତ ବର୍ଷର ହବିଷ୍ୟାଳି ଯୋଜନାର ଶୁଭାରମ୍ଭ ହେବ। ଏଥିପାଇଁ ବୃନ୍ଦାବତୀ ନିବାସ ପରିସରରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାରେ ନାମ ପଞ୍ଜୀକରଣ କରିଥିବା ବ୍ରତଧାରୀଙ୍କ ଲାଗି ୪ଟି ରହଣି କେନ୍ଦ୍ର କରାଯାଇଛି। ସ୍ଥାୟୀ ଶିବିର ବୃନ୍ଦାବତୀ ନିବାସ ବ୍ୟତୀତ ବଗଲା ଧର୍ମଶାଳା, ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ଏବଂ ମୋଚିସାହି କଲ୍ୟାଣ୍ଡ ମଣ୍ଡପରେ ହବିଷ୍ୟାଳିଙ୍କୁ ରଖାଯାଇଛି।