BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମେ ପହିଲାରୁ ତିନିମାସ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା : ମେ’ ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ନଦୀକୂଳଠାରୁ ଜୁଆର ଛୁଇଁପାରୁ ନ ଥିବା ନିରାପଦ ସ୍ଥାନରେ ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧାଦେଲେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ। ତେଣୁ ଉଭୟ ପର୍ଯ୍ୟଟକ ଏବଂ କୁମ୍ଭୀରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି।