BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟକୁ ଭାରତର ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର : କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟକୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ରାଙ୍କିଙ୍ଗ ପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ କିଟକୁ ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି । କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନକୁ ବିଭିନ୍ନ ମାନଦଣ୍ଡରେ ମାନ୍ୟତା ପ୍ରଦାନ କରିଥାନ୍ତି। କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗ ‘ଷ୍ଟାର’ ମାନ୍ୟତା ମଧ୍ୟ ପ୍ରଦାନ କରିଥାଏ। ଏଥିରେ ଚଳିତବର୍ଷ ସମଗ୍ର ଭାରତରୁ କିଟ୍‍ ବିଶ୍ୱବିଦ୍ୟାଳୟକୁ ସର୍ବୋଚ୍ଚ ମାନ୍ୟତା ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି। କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ମାନ୍ୟତା ପାଇବାରେ କିଟ୍‍ ଭାରତର ଏକମାତ୍ର ଅନୁଷ୍ଠାନ। କିଟ୍‍ ସମଗ୍ର ବିଶ୍ୱରେ ନିଜର ଗୁଣାତ୍ମକ ଶିକ୍ଷାଦାନ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବାରୁ ବିଶ୍ୱର ବିଭିନ୍ନ ସଂସ୍ଥା ଏହାକୁ ସମୟକୁ ସମୟ ବିଭିନ୍ନ ମାନଦଣ୍ଡରେ ମୂଲ୍ୟାୟନ କରି ମାନ୍ୟତା ପ୍ରଦାନ କରିଥାନ୍ତି । କ୍ୟୁଏସ୍‍ ଇଣ୍ଟେଲିଜେନ୍ସବ ଶାଖା ଦ୍ୱାରା କ୍ୟୁଏସ୍‍ ଷ୍ଟାର ରେଟିଂ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥାଏ। ଆନ୍ତର୍ଜାତୀୟ ମାନଦଣ୍ଡ ଅନୁସାରେ ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କ କ୍ଷେତ୍ରରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟର ବିସ୍ତୃତ ମୂଲ୍ୟାୟନ କରାଯିବା ପରେ ଏହି ରାଙ୍କିଙ୍ଗ ପ୍ରଦାନ କରାଯାଇଥାଏ । ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କିଟ୍‍ ତାର ଉତ୍କର୍ଷତା ଓ ବିବିଧତା ପାଇଁ କ୍ୟୁଏସ୍‍ ଷ୍ଟାର୍‍ ରେଟିଂ ସିଷ୍ଟମ୍‍ ଦ୍ୱାରା ଭାରତରେ ପ୍ରଥମ ଥର ଲାଗି ଫାଇଭ୍‍ ଷ୍ଟାର ମାନ୍ୟତା ପାଇପାରିଛି। ଏହି ମାନ୍ୟତା ବଜାୟ ରଖିବା ପାଇଁ ଆମେ ଆମର ପ୍ରୟାସ ଜାରି ରଖିବୁ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।