BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍‍

ଭୁବନେଶ୍ୱର, ୧୭ ।୨: କିଟ୍‍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୫୦ବର୍ଷରୁ କମ୍‍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ବିଶ୍ୱର ଖ୍ୟାତି ସମ୍ପନ୍ନ ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରତିବର୍ଷ ରାଙ୍କିଙ୍ଗ କରାଯାଇଆସୁଛି । ୨୦୨୨ ବର୍ଷ ପାଇଁ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ କରାଯାଇଥିବା ଏହି ର‌୍ୟାଙ୍କିରେ କିଟ୍‍ ବିଶ୍ୱବିଦ୍ୟାଳୟ ୨୫୧+ ସ୍ଥାନରେ ରହି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଦେଇଛି । ଏହା ସହ କିଟ୍‍ ଭାରତର ଅନେକ ଲବ୍‍ଧ ପ୍ରତିଷ୍ଠିତ ଡିମ୍‍ଡ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସର୍ବୋତମ ସ୍ଥାନ ଅଧିକାର କରିବା ସହ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନରେ ରହିଛି । ୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ୟଙ୍ଗ ୟୁନିଭରସିଟି ତାଲିକାର ୩୦୧+ ସ୍ଥାନରେ ରହିଥିଲା । ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ଶିକ୍ଷାଦାନ, ଗବେଷଣା, ଅନ୍ତର୍ଜାତିକ ଦୃଷ୍ଟିଭଙ୍ଗୀ ଓ ଔଦ୍ୟୋଗିକ ଉତ୍ପାଦନ ଆଦି ୫ଟି ମାନଦଣ୍ଡକୁ ବିଚାରକୁ ନେଇ ଏହି ରାଙ୍କିଙ୍ଗ କରାଯାଇଛି । କିଟ୍‍ ବିଶ୍ୱବିଦ୍ୟାଳୟ ମାତ୍ର ୧୮ବର୍ଷର ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ୨୫ବର୍ଷର ଅନୁଷ୍ଠାନ । ଖୁବ୍‍ କମ ସମୟ ମଧ୍ୟରେ ଗୁଣାତ୍ମକ ଶିକ୍ଷାଦାନ, ଗବେଷଣା, ଶୈକ୍ଷିକ ପରିବେଶ, ଛାତ୍ର ଓ କର୍ମଚାରୀ ଅନୁକୂଳ ପରିବେଶ ଏବଂ ବିଶେଷ କରି ଅନ୍ତର୍ଜାତିକ ଦୃଷ୍ଟିଭଙ୍ଗୀ ଯୋଗୁଁ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏଭଳି ସମ୍ମାନ ମିଳିପାରୁଛି ବୋଲି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି । ଏହି ସଫଳତା ପାଇଁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍‍ର ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀଙ୍କ ସହଯୋଗ ଓ ନିଷ୍ଠ ଯୋଗୁଁ ଏହି ସଫଳତା ମିଳିବା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି । ଅନ୍ୟ ପକ୍ଷରେ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନେ ମଧ୍ୟ ଶ୍ରୀ ସାମନ୍ତଙ୍କ ଦୂରଦୃଷ୍ଟି ଯୋଗୁଁ କିଟ୍‍ ବିଶ୍ୱବିଦ୍ୟାଳୟ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିପାରୁଛି ବୋଲି କହିଛନ୍ତି ।