BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୨ କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ । କ୍ରୀଡ଼ାର ବିକାଶ ଓ ପ୍ରୋତ୍ସାହନ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରରେ ଥିବା କର୍ପୋରେଟ୍‍, ବିଭିନ୍ନ ସ୍ପୋର୍ଟସ କଣ୍ଟ୍ରୋଲ୍‍ ବୋର୍ଡ, ଏନ୍‍ଜିଓଙ୍କ ସମେତ ରାଜ୍ୟ ଓ ଜାତୀୟସ୍ତରରେ ଥିବା କ୍ରୀଡ଼ା ଅନୁଷ୍ଠାନଗୁଡ଼ିକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ଏଥିରେ ଖୁସି ବ୍ୟକ୍ତ କରିବା ସହ ଅତୀତର ସ୍ମୃତିଚାରଣ କରି ଶ୍ରୀ ସାମନ୍ତ କହିଲେ କିଟ୍‍ ଆରମ୍ଭ ହେବା ଦିନଠାରୁ କ୍ରୀଡ଼ା ପ୍ରତି ନିଆଯାଇଥିବା ପଦକ୍ଷେପ ସ୍ୱରୂପ ଆଜିର ଏହି ଜାତୀୟସ୍ତରର ପୁରସ୍କାର ମିଳିଛି । ଶିକ୍ଷା ସହ କ୍ରୀଡ଼ା, କ୍ରୀଡ଼ାବିତ୍‍ ଓ କ୍ରୀଡ଼ା ଭିତ୍ତିଭୂମିକୁ ଆମେ ସୁଦୃଢ଼ କରିଆସୁଛୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡ଼ାକୁ ପ୍ରୋତ୍ସାହନ ଯୋଗାଇ ଦେବା ଫଳରେ କିଟ୍‍ ମଧ୍ୟ ଏଥିରେ ଉତ୍ସାହିତ ହୋଇ କ୍ରୀଡ଼ାକୁ ଆହୁରି ଆଗେଇ ନେବା ପାଇଁ ଚେଷ୍ଟା କରୁଛି । ଏହି ପୁରସ୍କାର କିଟ୍‍ ପାଇଁ ଗର୍ବ ଓ ଆନନ୍ଦର ବିଷୟ ବୋଲି ଶ୍ରୀ ସାମନ୍ତ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିବା ସହ ଏହି ପୁରସ୍କାରକୁ ସେ କିଟ୍‍ର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ଉତ୍ସର୍ଗ କରିଛନ୍ତି । ସୂଚନାଯୋଗ୍ୟ, ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କିଟ୍‍ କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହିତ କରିଆସୁଛି । ଫଳରେ ଅଲିମ୍ପିଆନ୍‍ ଦୂତୀ ଚାନ୍ଦ, ଶିବପାଲ ସିଂହ, ଅମିତ ରୋହିଦାସ ଓ ଅଶି ଚାଳକ ଭବାନୀ ଦେବୀଙ୍କ ଭଳି ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‍ ସୃଷ୍ଟି ହୋଇପାରିଛନ୍ତି । ଅତ୍ୟାଧୁନିକ ଓ ଉନ୍ନତ କ୍ରୀଡ଼ା ଭିତ୍ତିଭୂମିଠାରୁ ଆରମ୍ଭ କରି ଅଲିମ୍ପିଆନ୍‍ ସୃଷ୍ଟି କରି କିଟ୍‍ ସମଗ୍ର ବିଶ୍ୱରେ ନାଁ କମେଇ ପାରିଛି । ଆଜି କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଥିବାରୁ କିଟ୍‍ର ସମସ୍ତ ଛାତ୍ରଛାତ୍ରୀ, ଖେଳାଳି ଓ କର୍ମଚାରୀମାନେ ଆନନ୍ଦ ପ୍ରକାଶ କରିଛନ୍ତି ।