BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୁଣି ଲଘୁଚାପ, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ। ପରେ ଏହା ଅବପାତର ରୂପ ନେଇ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ୧୮ ତାରିଖରେ ଅତିକ୍ରମ କରିବ। ଏହି ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ମଧ୍ୟ ହୋଇପାରେ। ଏହା ପ୍ରଭାବରେ ଆନ୍ଧ୍ର ପ୍ରଦେଶ ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ଓ ଉପକୂଳ ଜିଲାଗୁଡ଼ିକରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୪୦ କି.ମି.ରୁ କମ୍‌ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ମତ୍ସ୍ୟଜୀବୀମାନେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ୧୬ରୁ ୧୮ ତାରିଖ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରୁ ୧୭ ଓ ୧୮ତାରିଖରେ ସମୁଦ୍ର ଭିତରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଶୁକ୍ରବାରରୁ ଶନିବାର ସକାଳ ସାଢ଼େ ୮ଟା ମଧ୍ୟରେ ଛତ୍ରପୁରରେ ସର୍ବାଧିକ ୧୩୭.୬ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ପୁରୀ ୧୨୪, ଗୋପାଳପୁର ୧୦୦.୪, ନୟାଗଡ଼ ୮୫, ଦାରିଙ୍ଗବାଡ଼ି ୪୬, ଭୁବନେଶ୍ୱରରେ ୩୩ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ସମ୍ଭାବନା ନାହିଁ। ୧୭ରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯିବା ସହିତ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଶନିବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।