BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପୂର୍ବତନ କେନ୍ଦ୍ର ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଶୋକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ରାଜନୀତିଜ୍ଞ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ଜଣେ ସୁସଂଗଠକ, ରାଜନୀତିଜ୍ଞ, ସମାଜସେବୀ ଓ ସାହିତ୍ୟିକ ଭାବେ କାହ୍ନୁ ଚରଣ ଲେଙ୍କା ଓଡ଼ିଶାରେ ନିଜର ସ୍ୱତନ୍ତ୍ର ପରିଚିତି ସୃଷ୍ଟି କରିଯାଇଛନ୍ତି । କେନ୍ଦ୍ର ସରକାରରେ ରେଳବାଇ ଓ କୃଷି ମନ୍ତ୍ରୀ ସମୟରେ ପୂର୍ବତଟ ରେଳବାଇର ଉନ୍ନତିଠାରୁ ଆରମ୍ଭ କରି ଅନେକ ଦିଗରେ ସେ ବହୁ କାର୍ଯ୍ୟ କରିଯାଇଛନ୍ତି । ଜଣେ ସାଧାରଣ କୃଷକ ପରିବାରରୁ ଆସି କାହ୍ନୁ ଚରଣ ଲେଙ୍କା ଓଡ଼ିଶାରେ ବିଧାୟକ ଓ ମନ୍ତ୍ରୀ ହେବା ତାଙ୍କ ଲୋକପ୍ରିୟତା ଓ ସମାଜମନସ୍କ କାର୍ଯ୍ୟର ପରିଚୟ ଦିଏ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ତାଙ୍କ କାର୍ଯ୍ୟକାଳ ଓଡ଼ିଶାବାସୀଙ୍କ ପାଇଁ ସ୍ମରଣୀୟ ରହିବ ।

ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସ୍ୱର୍ଗତ ଲେଙ୍କାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି